ଭୁବନେଶ୍ୱର, 28 ଜୁଲାଇ (ହି.ସ.)- ଉଚ୍ଚଶିକ୍ଷା
ବିଭାଗର ଇନ୍ଷ୍ଟାଗ୍ରାମ୍ ଆକାଉଣ୍ଟ ଆଜି ସକାଳେ କିଛି ସମୟ ପାଇଁ ହ୍ୟାକ୍ ହୋଇଥିବାର ଜଣାପଡିଛି।
ବିଭାଗର କାର୍ଯ୍ୟକଳାପ ସହ ସମ୍ପୃକ୍ତ ନଥିବା କିଛି ପୋଷ୍ଟ ଇନ୍ଷ୍ଟାଗ୍ରାମ୍ ଆକାଉଣ୍ଟରେ ଅପଲୋଡ୍
ହୋଇଥିଲା। ଉକ୍ତ ଘଟଣାଟି ବିଭାଗର ନଜରକୁ ଆସିବା ପରେ, ଇନ୍ଷ୍ଟାଗ୍ରାମ୍ ଆକାଉଣ୍ଟକୁ
ରିଟ୍ରାଇଭ କରିବା ପାଇଁ ତୁରନ୍ତ ପଦକ୍ଷେପ ଗ୍ରହଣ କରାଯାଇଛି। ଉଚ୍ଚଶିକ୍ଷା ବିଭାଗ
ତରଫରୁ ଇନ୍ଷ୍ଟାଗ୍ରାମ୍ ଆକାଉଣ୍ଟକୁ ରିଟ୍ରାଇଭକରାଯିବା ସହିତ ବିଭାଗ ସହ ସମ୍ପୃକ୍ତ ନ ଥିବା ପୋଷ୍ଟ ଗୁଡ଼ିକୁ ହଟାଇ
ଦିଆଯାଇଛି।
ଉଚ୍ଚଶିକ୍ଷା ବିଭାଗ ଏହି
ଘଟଣାକୁ ଗୁରୁତ୍ଵର ଭାବେ ଗ୍ରହଣ କରିବା ସହ ଏହି ସମ୍ବନ୍ଧୀୟ ଏକ ଏଫ୍ଆଇଆର୍ ଦାଖଲ କରିବା ପାଇଁ
ନିଷ୍ପତ୍ତି ନିଆଯାଇଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା