ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା :  କଳାହାଣ୍ଡି ଜିଲ୍ଲାର ଥୁଆମୁଳ ରାମପୁରରେ ସର୍ବାଧିକ ୫୫.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୨୯ ଜୁଲାଇ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । କଳାହାଣ୍ଡି ଜିଲ୍ଲାର ଥୁଆମୁଳ ରାମପୁରରେ ସର୍ବାଧିକ ୫୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ନୂଆପଡ଼ା ଜିଲ୍ଲାର ନୂଆପଡ଼ାରେ ୩୭.୪ ମି.ମି., କୋରାପୁଟ ଜିଲ୍ଲାର ଲମତ
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା :  କଳାହାଣ୍ଡି ଜିଲ୍ଲାର ଥୁଆମୁଳ ରାମପୁରରେ ସର୍ବାଧିକ ୫୫.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୨୯ ଜୁଲାଇ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । କଳାହାଣ୍ଡି ଜିଲ୍ଲାର ଥୁଆମୁଳ ରାମପୁରରେ ସର୍ବାଧିକ ୫୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ନୂଆପଡ଼ା ଜିଲ୍ଲାର ନୂଆପଡ଼ାରେ ୩୭.୪ ମି.ମି., କୋରାପୁଟ ଜିଲ୍ଲାର ଲମତାପୁଟରେ ୩୬.୨ ମି.ମି., ରାୟଗଡ଼ା ଜିଲ୍ଲାର କାଶୀପୁରରେ ୩୬.୦ ମି.ମି., ଅମ୍ବାଦୋଳାରେ ୩୨.୦ ମି.ମି., ମାଲକାନଗିରି ଜିଲ୍ଲାର ମାଥିଲିରେ ୩୧.୦ ମି.ମି., କୋରାପୁଟ ଜିଲ୍ଲାର କୋରାପୁଟରେ ୨୯.୨ ମି.ମି., କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାରେ ୨୭.୮ ମି.ମି., କୋରାପୁଟ ଜିଲ୍ଲାର ଜୟପୁରରେ ୨୭.୨ ମି.ମି., ନବରଙ୍ଗପୁର ଜିଲ୍ଲାର ଚନ୍ଦାହାଣ୍ଡିରେ ୨୭.୦ ମି.ମି., କୋରାପୁଟ ଜିଲ୍ଲାର ବୋରିଗୁମ୍ମାରେ ୨୪.୨ ମି.ମି., ସିମିଳିଗୁଡାରେ ୨୩.୦ ମି.ମି. ଏବଂ କୋଟପାଡ଼ରେ ୨୩.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande