ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା ସହିତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣଂ; ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୯ ଜୁଲାଇ (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା ସହିତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ପରବର୍ତୀ ୩ ଦିନ ପାଇଁ କୌଣସ
ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା ସହିତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣଂ; ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୯ ଜୁଲାଇ (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା ସହିତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ପରବର୍ତୀ ୩ ଦିନ ପାଇଁ କୌଣସି ଚେତାବନୀ ନାହିଁ ।

ଆସନ୍ତା ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା ସହିତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୯ ଜିଲ୍ଲା(ମୟୂରଭଞ୍ଜ, କେନ୍ଦ୍ରାପଡ଼ା, କେନ୍ଦୁଝର, ଯାଜପୁର, କଟକ, ଖୋର୍ଦ୍ଧା, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି)କୁ ୟେଲୋ ୱାର୍ଣ୍ଣଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣଂ ଜାରି ହୋଇଛି । ବର୍ଷା ନେଇ ୟେଲୋ ୱାର୍ଣ୍ଣଂ ଜାରି ହୋଇଥିବା ଜିଲ୍ଲା ଗୁଡିକର ଗୋଟିଏରୁ ଦୁଇଟି ସ୍ଥାନରେ ୭ ସେମିରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଏସବୁ ଜିଲ୍ଲାର କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ସେହିପରି ଆସନ୍ତାକାଲି ଅର୍ଥାତ୍ ୩୦ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୩ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande