ଭୁବନେଶ୍ୱର, 29 ଜୁଲାଇ (ହି.ସ.)- ଇଶ୍ଵର
ଚନ୍ଦ୍ର ବିଦ୍ୟାସାଗରଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି
ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି
ଯେ, ମହାନ ସମାଜ ସୁଧାରକ, ଦାର୍ଶନିକ ଇଶ୍ଵର ଚନ୍ଦ୍ର ବିଦ୍ୟାସାଗରଙ୍କ ପୁଣ୍ୟତିଥିରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି।
ମାନବ ସମାଜର କଲ୍ଯାଣ ପାଇଁ ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା