ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ; ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୩ ଜୁଲାଇ (ହି.ସ.)- ଆଗାମୀ ୪ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ, କେତେକ ସ୍ଥାନରେ ଭୀଷଣ ବର୍ଷା ଓ ଆଉ କେତେକ ସ୍ଥାନରେ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୩ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବ
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ; ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୩ ଜୁଲାଇ (ହି.ସ.)- ଆଗାମୀ ୪ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ, କେତେକ ସ୍ଥାନରେ ଭୀଷଣ ବର୍ଷା ଓ ଆଉ କେତେକ ସ୍ଥାନରେ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୩ ଦିନ ପାଇଁ କୌଣସି ଚେତାବନୀ ନାହିଁ ।

ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୪ ଜିଲ୍ଲା (ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ, ବରଗଡ଼଼)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୧୧ ଜିଲ୍ଲା (ସୋନପୁର, ବଲାଙ୍ଗିର, ବୌଦ୍ଧ, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୧୨ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ଆସନ୍ତାକାଲି ଅର୍ଥାତ୍ ୪ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୭ ଜିଲ୍ଲା(ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗିର, ନୂଆପଡ଼ା)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ୫ ତାରିଖରେ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୬ ତାରିଖରେ ଭୀଷଣ ବର୍ଷା ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହାର ପରବର୍ତୀ ୩ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande