ନିଳାଗୁଡା ଜଙ୍ଗଲରେ ଅବକାରି ଚଢ଼ଉ
ଜୟପୁର, ୩ ଜୁଲାଇ (ହି.ସ.)- ଜୟପୁର ସଦର ଥାନା ଅନ୍ତର୍ଗତ ନିଳାଗୁଡା ଜଙ୍ଗଲରେ ଆଜି ସକାଳ ୮ଟା ଠାରୁ ଅବକାରି ଚଢଉ ହୋଇଛି । ଏହି ଚଢଉ ଅପରାହ୍ନ ୨ଟାରେ ଶେଷ ହୋଇଛି । ଦେଶି ମଦ ପ୍ରସ୍ତୁତ ସହ ଲୁଚାଇ ରଖିଥିବା ସୂଚନା ପାଇ ଜୟପୁର ଅବକାରି ଥାନା ଚଢଉ କରିଛି । ଚଢଉ ସୂଚନା ପାଇ ମଦ ମାଫିଆ ମାନେ ଚମ୍ପ
ନିଳାଗୁଡା ଜଙ୍ଗଲରେ ଅବକାରି ଚଡାଉ


ଜୟପୁର, ୩ ଜୁଲାଇ (ହି.ସ.)- ଜୟପୁର ସଦର ଥାନା ଅନ୍ତର୍ଗତ ନିଳାଗୁଡା ଜଙ୍ଗଲରେ ଆଜି ସକାଳ ୮ଟା ଠାରୁ ଅବକାରି ଚଢଉ ହୋଇଛି । ଏହି ଚଢଉ ଅପରାହ୍ନ ୨ଟାରେ ଶେଷ ହୋଇଛି । ଦେଶି ମଦ ପ୍ରସ୍ତୁତ ସହ ଲୁଚାଇ ରଖିଥିବା ସୂଚନା ପାଇ ଜୟପୁର ଅବକାରି ଥାନା ଚଢଉ କରିଛି । ଚଢଉ ସୂଚନା ପାଇ ମଦ ମାଫିଆ ମାନେ ଚମ୍ପଟ ମାରିଥିବା ବେଳେ ଅବକାରି ବିଭାଗ ବହୁ ମଦ ଭାଟି ଭାଙ୍ଗିବା ସହ ୫ ଶହ ଲିଟର ପୋଚ ଓ ୪୦ ଲିଟର ଦେଶି ମଦ ଜବତ କରି ନଷ୍ଟ କରିଛି । ମଦ ରନ୍ଧା ସରଞ୍ଜାମ ଡ୍ରମ ଅଦିକୁ ଜବତ କରିଥିବା ବିଷୟ ଜୟପୁର ଅବକାରି ବିଭାଗ ତରଫରୁ ସୂଚନା ଦିଆଯାଇଛି ।

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande