ଭୁବନେଶ୍ୱର, ୩ ଜୁଲାଇ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୫ ସ୍ଥାନରେ ଅତି ଭୀଷଣ ବର୍ଷା ହୋଇଥିବା ବେଳେ ୧୭ଟି ସ୍ଥାନରେ ଭୀଷଣ ବର୍ଷା ହୋଇଛି । ବରଗଡ଼ ଜିଲ୍ଲାର ଗାଇସିଲେଟରେ ସର୍ବାଧିକ ୧୪୯.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ବଲାଙ୍ଗିର ଜିଲ୍ଲାର ସାଲେଭଟାରେ ୧୪୩.୪ ମି.ମି., କନ୍ଧମାଳ ଜିଲ୍ଲାର ବାଲିଗୁଡ଼ାରେ ୧୩୬.୦ ମି.ମି., ସମ୍ବଲପୁର ଜିଲ୍ଲାର ରେଢ଼ାଖୋଲରେ ୧୨୭.୦ ମି.ମି., ବୌଦ୍ଧ ଜିଲ୍ଲାର କଂଟାମାଳରେ ୧୧୮.୦ ମି.ମି., ସୋନପୁର ଜିଲ୍ଲାର ବୀରମହାରାଜପୁରରେ ୧୧୨.୦ ମି.ମି., ବଲାଙ୍ଗିର ଜିଲ୍ଲାର ଅଗଲପୁରରେ ୧୧୦.୦ ମି.ମି., ସୋନପୁର ଜିଲ୍ଲାର ସୋନପୁରରେ ୯୯.୦ ମି.ମି., କୋରାପୁଟ ଜିଲ୍ଲାର କୋରାପୁଟରେ ୯୬.୨ ମି.ମି., ବରଗଡ଼ ଜିଲ୍ଲାର ଅତାବିରାରେ ୯୫.୦ ମି.ମି., ପାଇକମାଳରେ ୯୦.୦ ମି.ମି., ବୌଦ୍ଧ ଜିଲ୍ଲାର ଖଇରମାଳରେ ୮୭.୨ ମି.ମି. ଏବଂ ସୋନପୁର ଜିଲ୍ଲାର ଡୁଙ୍ଗୁରିପାଲିରେ ୮୩.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ