ଭୁବନେଶ୍ୱର, 3 ଜୁଲାଇ (ହି.ସ.)
- ବାଲେଶ୍ୱର ଜିଲ୍ଲା ଗସ୍ତରେ ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି
ଦେଖିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଭୋଗରାଇ, ବାଲିଆପାଳ, ବସ୍ତା, ଜଳେଶ୍ୱର, ବାଲେଶ୍ୱର ସଦର ଓ ରେମୁଣା ମୋଟ ୬ଟି ବ୍ଲକ୍ର ୧୫୪ ଗ୍ରାମ ଏବଂ
ଜଳେଶ୍ୱର ପୌରପାଳିକାର ୮ଟି ୱାର୍ଡ ବନ୍ୟାଜଳରେ ପ୍ରଭାବିତ ହୋଇଛି। ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ
ସ୍ଥାନାନ୍ତର ଏବଂ ଖାଦ୍ୟ ଯୋଗାଣ ଆଦି ପଦକ୍ଷେପ ସହ ଉଦ୍ଧାର କାର୍ଯ୍ୟ ପାଇଁ ଓଡ୍ରାଫ୍ ଓ
ଅଗ୍ନିଶମ ବାହିନୀଙ୍କୁ ନିୟୋଜିତ କରାଯାଇଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା