ବାଂଶପାଳ ଦୁର୍ଘଟଣାରେ ମୃତକଙ୍କ ପରିବାର ପାଇଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୩୦ ଜୁଲାଇ (ହି.ସ)- କେନ୍ଦୁଝର ଜିଲ୍ଲାର ବାଂଶପାଳଠାରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣାରେ କୁମୁଣ୍ଡି ଗ୍ରାମର ତୀର୍ଥ ସେଠୀଙ୍କ ପ୍ରାଣହାନି ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ତାଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ଏଥିସହ ମୃତକଙ୍କ ପରି
ବାଂଶପାଳ ଦୁର୍ଘଟଣାରେ ମୃତକଙ୍କ ପରିବାର ପାଇଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, ୩୦ ଜୁଲାଇ (ହି.ସ)- କେନ୍ଦୁଝର ଜିଲ୍ଲାର ବାଂଶପାଳଠାରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣାରେ କୁମୁଣ୍ଡି ଗ୍ରାମର ତୀର୍ଥ ସେଠୀଙ୍କ ପ୍ରାଣହାନି ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ତାଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ୪ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande