ବିଭିନ୍ନ ଶ୍ରମ ଆଇନ ଉପରେ ସହକାରୀ ଶ୍ରମ ଅଧିକାରୀ ମାନଙ୍କୁ ୩ ଦିନିଆ ତାଲିମ କାର୍ଯକ୍ରମ ଉଦ୍ଘାଟିତ
ଭୁବନେଶ୍ୱର, ୩୦ ଜୁଲାଇ (ହି.ସ)- ଶ୍ରମ ବିଭାଗ, ଓଡ଼ିଶା ଦ୍ୱାରା ବିଭିନ୍ନ ଶ୍ରମ ଆଇନ ଉପରେ ସହକାରୀ ଶ୍ରମ ଅଧିକାରୀ ମାନଙ୍କୁ ଏକ ୩ ଦିନିଆ ତାଲିମ କାର୍ଯକ୍ରମ ର।ଜ୍ୟ ଶ୍ରମ ସଂସ୍ଥାନର ସମ୍ମିଳନୀ କକ୍ଷରେ ଉଦ୍ଘାଟିତ ହୋଇଯାଇଛି। ଏହି ତାଲିମ କାର୍ଯକ୍ରମକୁ ଶ୍ରମ ଆୟୁକ୍ତ ଶ୍ରୀ ଇନ୍ଦ୍ରମଣୀ ତ୍ରିପାଠୀ, ଆଇ
ବିଭିନ୍ନ ଶ୍ରମ ଆଇନ ଉପରେ ସହକାରୀ ଶ୍ରମ ଅଧିକାରୀ ମାନଙ୍କୁ ୩ ଦିନିଆ ତାଲିମ କାର୍ଯକ୍ରମ ଉଦ୍ଘାଟିତ


ଭୁବନେଶ୍ୱର, ୩୦ ଜୁଲାଇ (ହି.ସ)- ଶ୍ରମ ବିଭାଗ, ଓଡ଼ିଶା ଦ୍ୱାରା ବିଭିନ୍ନ ଶ୍ରମ ଆଇନ ଉପରେ ସହକାରୀ ଶ୍ରମ ଅଧିକାରୀ ମାନଙ୍କୁ ଏକ ୩ ଦିନିଆ ତାଲିମ କାର୍ଯକ୍ରମ

ର।ଜ୍ୟ ଶ୍ରମ ସଂସ୍ଥାନର ସମ୍ମିଳନୀ କକ୍ଷରେ ଉଦ୍ଘାଟିତ ହୋଇଯାଇଛି।

ଏହି ତାଲିମ କାର୍ଯକ୍ରମକୁ ଶ୍ରମ ଆୟୁକ୍ତ ଶ୍ରୀ ଇନ୍ଦ୍ରମଣୀ ତ୍ରିପାଠୀ, ଆଇ.ଏ.ଏସ., ଉଦଘାଟନ କରିଥିଲେ । ଶ୍ରମ ବିଭାଗ ର ଅତିରିକ୍ତ ଶାସନ ସଚିବ ତଥା ନିର୍ଦେଶକ, ରାଜ୍ୟ ଶ୍ରମ ସଂସ୍ଥାନ ଶ୍ରୀ ନୀତି ରଞ୍ଜନ ଶେନ ଉଦ୍ଘାଟନୀ କାର୍ଯକ୍ରମକୁ ସଂଚାଳନା କରିଥିଲେ । ଅନ୍ୟାନ୍ୟ ଅତିଥି ଭାବେ ଶ୍ରୀ ନରେଶ ଚନ୍ଦ୍ର ସାହୁ, ପୂର୍ବତନ ଯୁଗ୍ମ ଶ୍ରମ ଆୟୁକ୍ତ ଯୋଗଦାନ କରିଥିଲେ । ଶ୍ରୀ ବିଘ୍ନଜିତ ମହନ୍ତ ମହାପାତ୍ର, ଯୁଗ୍ମ ଶ୍ରମ ଆୟୁକ୍ତ ଧନ୍ୟବାଦ ଅର୍ପଣ କରିଥିଲେ ।

ଏହି ତାଲିମ କାର୍ଯକ୍ରମରେ ଶ୍ରମ ନିର୍ଦ୍ଦେଶାଳୟର ୪୦ ଜଣ ସହକାରୀ ଶ୍ରମ ଅଧିକାରୀ ଯୋଗଦାନ କରିଛନ୍ତି ।

ଏହି କାର୍ଯକ୍ରମ ଆସନ୍ତା ୩୧ ତାରିଖରେ ଉଦଯାପିତ ହେବ ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande