ଭୁବନେଶ୍ୱର, ୩୧ ଜୁଲାଇ (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା ସହିତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ପରବର୍ତୀ ୩ ଦିନ ପାଇଁ କୌଣସି ଚେତାବନୀ ନାହିଁ ।
ଆସନ୍ତା ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା ସହିତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲା (ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୭ ଜିଲ୍ଲା(ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, ଅନୁଗୁଳ, ନୟାଗଡ଼, ଗଞ୍ଜାମ, ଗଜପତି, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ନେଇ ୟେଲୋ ୱାର୍ଣ୍ଣଂ ଜାରି ହୋଇଥିବା ଜିଲ୍ଲା ଗୁଡିକର ଗୋଟିଏରୁ ଦୁଇଟି ସ୍ଥାନରେ ୭ ସେମିରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଏସବୁ ଜିଲ୍ଲାର କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ଆସନ୍ତାକାଲି ଅର୍ଥାତ୍ ଅଗଷ୍ଟ ୧ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, ଅନୁଗୁଳ, ନୟାଗଡ଼, ଗଞ୍ଜାମ, ଗଜପତି, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ । ପରବର୍ତୀ ୩ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ