ସମ୍ବଲପୁର, ୩୧ ଜୁଲାଇ (ହି.ସ.)- ଗୁରୁବାର ସକାଳ ୮ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରରୁ ୧୨ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଥିବା ବେଳେ ପରେ ସକାଳ ସାଢ଼େ ୮ଟା ସୁଦ୍ଧା ୪ଟି ସ୍ଲୁଇସ୍ ଗେଟ୍ କୁ ବନ୍ଦ କରାଯାଇଛି । ଫଳରେ ଏବେ ୮ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ୫ଟି ଓ ଡାହାଣ ପାଶ୍ୱର୍ ଡାଇକ୍ ର ୩ଟି ସ୍ଲୁଇସ୍ ଗେଟ୍ ଖୋଲା ରହିଛି । ଜଳଭଣ୍ଡାରର ଜଳଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ସକାଳ ୮ଟା ସୁଦ୍ଧା ଜଳଭଣ୍ଡାରର ଜଳ ପତନ ୬୧୦.୬୦ ଫୁଟ୍ ରହିଛି ।
ପ୍ରକାଶ ଥାଉକି, ଜୁଲାଇ ୬ ତାରିଖ ଠାରୁ ହୀରାକୁଦ ଜଳଭଣ୍ଡାରରୁ ଛଡାଯାଉଛି ଚଳିତ ବର୍ଷର ପ୍ରଥମ ବନ୍ୟାଜଳ । ଜଳଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି । ବିଶେଷ କରି ଉପରେ ମୁଣ୍ଡର ପାଣି ଉପରେ ନିର୍ଭର କରି ହୀରାକୁଦର ସ୍ଲୁଇସ୍ ଗେଟ୍ ଖୋଲା ବନ୍ଦରେ ପରିବର୍ତନ ହେଉଥିବାରୁ ହୀରାକୁଦ ବନ୍ଧ ସଂଲଗ୍ନ ସମ୍ପୂର୍ଣ୍ଣ ବୁର୍ଲା ଏବଂ ହୀରାକୁଦ ଅଂଚଳ ପ୍ରତି ମଧ୍ୟ ନଜର ରଖିଛି ପ୍ରଶାସନ ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ