ଭୁବନେଶ୍ୱର, ୩୧ ଜୁଲାଇ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୨ଟି ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । କେନ୍ଦ୍ରାପଡ଼ା ଜିଲ୍ଲାର ଆଳିରେ ସର୍ବାଧିକ ୮୨.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ମୟୂରଭଞ୍ଜ ଜିଲ୍ଲାର ଯଶିପୁରରେ ୬୫.୨ ମି.ମି., କରଞ୍ଜିଆରେ ୬୧.୦ ମି.ମି., କେନ୍ଦୁଝର ଜିଲ୍ଲାର ହାଟଡିହିରେ ୬୦.୩ ମି.ମି., ଭଦ୍ରକ ଜିଲ୍ଲାର ତିହିଡ଼ିରେ ୫୭.୫ ମି.ମି., ମୟୂରଭଞ୍ଜ ଜିଲ୍ଲାର ରରୁଆଁରେ ୫୬.୮ ମି.ମି., ଶୁକ୍ରୁଳିରେ ୫୬.୦ ମି.ମି., ବାଲେଶ୍ୱର ଜିଲ୍ଲାର ଖଇରାରେ ୫୩.୦ ମି.ମି., ଯାଜପୁର ଜିଲ୍ଲାର ବିଞ୍ଝାରପୁରରେ ୫୨.୦ ମି.ମି., ଭଦ୍ରକ ଜିଲ୍ଲାର ଭଣ୍ଡାରିପୋଖରିରେ ୫୦.୦ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ରାଜକନିକାରେ ୪୯.୦ ମି.ମି., କେନ୍ଦୁଝର ଜିଲ୍ଲାର ଚମ୍ପୁଆରେ ୪୬.୬ ମି.ମି. ଏବଂ ବାଲେଶ୍ୱର ଜିଲ୍ଲାର ଔପଦାରେ ୪୬.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ