ବଣେଇ, ୪ ଜୁଲାଇ (ହି.ସ.)- ସୁନ୍ଦରଗଡ଼ ଜିଲ୍ଲା କୋଇଡ଼ା ଥାନା ଅନ୍ତର୍ଗତ ଏରିୟନ ଛକ ନିକଟରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱା ସହ ମୁହାଁମୁହିଁ ଧକ୍କା ହୋଇଛି ଓମିନି ଭ୍ୟାନ୍ । ଏହି ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି । ଖବର ପାଇ କୋଇଡା ପୁଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଚଳାଇଛି ।
ସୂଚନା ମୁତାବକ, ଶୁକ୍ରବାର ସକାଳେ ଶ୍ରମିକଙ୍କୁ ନେଇ ଏକ ଓମିନି ଭ୍ୟାନ୍ କମଣ୍ଡ ପ୍ଲାଂଟକୁ ଯାଉଥିଲା । ଏରିୟନ ଛକ ନିକଟରେ ଅପର ପାର୍ଶ୍ୱରୁ ଆସୁଥିବା ଏକ ହାଇୱା ସହିତ ମୁହାଁମୁହିଁ ଧକ୍କା ହୋଇଥିଲା ଓମିନି ଭ୍ୟାନ୍ । ଫଳରେ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି । ଆହତମାନଙ୍କୁ ଚିକିତ୍ସା ନିମନ୍ତେ କୋଇଡା ସରକାରୀ ଡାକ୍ତରଖାନାରେ ଭର୍ତି କରାଯାଇଛି । ଏ ସମ୍ପର୍କରେ ଖବର ପାଇ କୋଇଡ଼ା ପୁଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଚଳାଇଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ