ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୪ ସ୍ଥାନରେ ଭୀଷଣ ବର୍ଷା : କଳାହାଣ୍ଡି ଜିଲ୍ଲାର ଥୁଆମୂଳ ରାମପୁରରେ ସର୍ବାଧିକ ୯୬.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୪ ଜୁଲାଇ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୪ଟି ସ୍ଥାନରେ ଭୀଷଣ ବର୍ଷା ହୋଇଛି । କଳାହାଣ୍ଡି ଜିଲ୍ଲାର ଥୁଆମୂଳ ରାମପୁରରେ ସର୍ବାଧିକ ୯୬.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି କୋରାପୁଟ ଜିଲ୍ଲାର ନନ୍ଦପୁରରେ ୭୩.୦ ମି.ମି., ଲମତାପୁଟରେ ୭୦.୦ ମି.ମି., ବରଗଡ଼ ଜିଲ୍ଲାର ଅମ
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୪ ସ୍ଥାନରେ ଭୀଷଣ ବର୍ଷା : କଳାହାଣ୍ଡି ଜିଲ୍ଲାର ଥୁଆମୂଳ ରାମପୁରରେ ସର୍ବାଧିକ ୯୬.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୪ ଜୁଲାଇ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୪ଟି ସ୍ଥାନରେ ଭୀଷଣ ବର୍ଷା ହୋଇଛି । କଳାହାଣ୍ଡି ଜିଲ୍ଲାର ଥୁଆମୂଳ ରାମପୁରରେ ସର୍ବାଧିକ ୯୬.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି କୋରାପୁଟ ଜିଲ୍ଲାର ନନ୍ଦପୁରରେ ୭୩.୦ ମି.ମି., ଲମତାପୁଟରେ ୭୦.୦ ମି.ମି., ବରଗଡ଼ ଜିଲ୍ଲାର ଅମ୍ବାଭୋନାରେ ୬୭.୦ ମି.ମି., କୋରାପୁଟ ଜିଲ୍ଲାର ପଟାଙ୍ଗିରେ ୬୦.୪ ମି.ମି., ଖୋର୍ଦ୍ଧା ଜିଲ୍ଲାର ଭୁବନେଶ୍ୱରରେ ୫୫.୯ ମି.ମି., ଜଗତସିଂହପୁର ଜିଲ୍ଲାର ଆଳିପିଙ୍ଗଳରେ ୫୫.୦ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ଆଳିରେ ୫୩.୦ ମି.ମି., କଟକ ଜିଲ୍ଲାର ବାଙ୍କୀରେ ୫୨.୦ ମି.ମି., ନୟାଗଡ଼ ଜିଲ୍ଲାର ଭାପୁରରେ ୪୮.୪ ମି.ମି., ଗଞ୍ଜାମ ଜିଲ୍ଲାର ହିଞ୍ଜିଳିରେ ୪୮.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ସୁନ୍ଦରଗଡ଼ରେ ୪୫.୪ ମି.ମି. ଏବଂ ଜଗତସିଂହପୁର ଜିଲ୍ଲାର ତିର୍ତୋଲରେ ୪୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande