ପୁରୀରେ ପ୍ରତିଷ୍ଠା ହେବ ବିଶ୍ୱସ୍ତରୀୟ ଜଗନ୍ନାଥ ମ୍ୟୁଜିୟମ
- ଖୋଲିବ ଲାଇବ୍ରେରୀ ଓ ଗବେଷଣା କେନ୍ଦ୍ର ଭୁବନେଶ୍ୱର, ୦୪ ଜୁଲାଇ (ହି.ସ.)- ପୁରୀ ସହରରେ ପ୍ରତିଷ୍ଠା ହେବ ବିଶ୍ୱସ୍ତରୀୟ ଜଗନ୍ନାଥ ମ୍ୟୁଜିୟମ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆମ ସରକାର ପୁରୀ ଠାରେ ଏକ ବିଶ୍ୱ ସ୍ତରୀୟ ଶ୍ରୀ ଜଗନ୍ନାଥ ମ୍ୟୁଜିୟମ, ଲା
ପୁରୀରେ ପ୍ରତିଷ୍ଠା ହେବ ବିଶ୍ୱସ୍ତରୀୟ ଜଗନ୍ନାଥ ମ୍ୟୁଜିୟମ


- ଖୋଲିବ ଲାଇବ୍ରେରୀ ଓ ଗବେଷଣା କେନ୍ଦ୍ର

ଭୁବନେଶ୍ୱର, ୦୪ ଜୁଲାଇ (ହି.ସ.)- ପୁରୀ ସହରରେ ପ୍ରତିଷ୍ଠା ହେବ ବିଶ୍ୱସ୍ତରୀୟ ଜଗନ୍ନାଥ ମ୍ୟୁଜିୟମ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ସୂଚନା ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆମ ସରକାର ପୁରୀ ଠାରେ ଏକ ବିଶ୍ୱ ସ୍ତରୀୟ ଶ୍ରୀ ଜଗନ୍ନାଥ ମ୍ୟୁଜିୟମ, ଲାଇବ୍ରେରୀ ଏବଂ ଗବେଷଣା କେନ୍ଦ୍ର ପ୍ରତିଷ୍ଠା କରିବାକୁ ନିଷ୍ପତି ନେଇଛନ୍ତି। ଗୋଟିଏ ପରିସରରେ ଏହା ନିର୍ମିତ ହେବ। ଶ୍ରୀ ଜଗନ୍ନାଥ ସଂଗ୍ରହାଳୟରେ ଜଗନ୍ନାଥ ସଂସ୍କୃତି ଓ ଇତିହାସ ଯେପରିକି ଏହାର ପୌରାଣିକ ମହତ୍ୱ, ନୀଳବଧବଙ୍କ ଠାରୁ ମନ୍ଦିର ନିର୍ମାଣର ଇତିହାସ, ବିଗ୍ରହ ପ୍ରତିଷ୍ଠା, କାଂଚି ବିଜୟ, ଯାନିଯାତ୍ରା, ମନ୍ଦିର ରୀତିନୀତି, ଭକ୍ତ ଏବଂ ଭଗବାନଙ୍କ ମଧ୍ୟରେ ଭାବାବେଗ ଇତ୍ୟାଦି ପ୍ରଦର୍ଶିତ ହେବ। ଏହି ସବୁ ଘଟଣାବଳୀକୁ ବିଭିନ୍ନ ଚିତ୍ରକଳା,ମିନିଏଚର ପ୍ରତିମୂର୍ତି, ପଟ୍ଟଚିତ୍ର ଇତ୍ୟାଦି ମଧ୍ୟମରେ ପ୍ରଦର୍ଶିତ କରାଯାଇପାରିବ।

ସେହିପରି ଏହି ପରିସରରେ ଏକ ପୁସ୍ତକାଗାର ଏବଂ ଜଗନ୍ନାଥ ସଂସ୍କୃତି ଗବେଷଣା କେନ୍ଦ୍ର ସ୍ଥାପିତ କରାଯିବ। ଏହି ପୁସ୍ତକାଗାରରେ ଜଗନ୍ନାଥ ସଂସ୍କୃତି ସହିତ ଓଡିଆ ସଂସ୍କୃତି ଓ ପରମ୍ପରା ସମ୍ବନ୍ଧୀୟ ପୁସ୍ତକ ବି ରହିବ। ଏହି ପୁସ୍ତକାଗାରରେ ଇ-ଲାଇବ୍ରେରୀର ସୁବିଧା ପ୍ରଦାନ କରାଯିବ ଏବଂ ପାଠକମାନେ ଇ-ଲାଇବ୍ରେରୀ ମଧ୍ୟମରେ ସବୁ ପ୍ରକାର ପଠନ ସାମଗ୍ରୀ ପାଇ ପାରିବେ। ଜଗନ୍ନାଥ ସଂସ୍କୃତି ଏବଂ ସାହିତ୍‌ଯକୁ ଋଦ୍ଧିମନ୍ତ କରିବା ପାଇଁ ଏହା ନିଶ୍ଚିତ ଭାବେ ସାହାଯ୍ୟ କରିବ।

ଏଥି ସହିତ ଏହି ପରିସରରେ ପ୍ରାୟ ୩୦୦ ଆସନ ବିଶିଷ୍ଟ ଏକ ପ୍ରେକ୍ଷାଳୟ (ଅଡିଟରିଅମ) ନିର୍ମାଣ କରାଯିବ। ଏହି ଅଡିଟରିଅମରେ ପ୍ରତି ଦିନ ଲାଇଟ ଓ ସାଉଣ୍ଡ ଶୋ ପ୍ରସ୍ତୁତ କରାଯିବ। ଜଗନ୍ନାଥ ମନ୍ଦିର ଏବଂ ଠାକୁରଙ୍କୁ ନେଇ ଅନେକ କାହାଣୀ, ଅନେକ ପ୍ରସଙ୍ଗ ରହିଛି। ଏହି ସବୁ ପ୍ରସଙ୍ଗକୁ ବିଭିନ୍ନ ଅଧ୍ୟାୟରେ ବିଭାଜନ କରି ଗୋଟିଏ ଗୋଟିଏ ଅଧ୍ୟାୟ (ଏପିସଡ) ପ୍ରସ୍ତୁତ କରି ବିଭିନ୍ନ ଭାଷା ଯେପରିକି ଓଡିଆ, ହିନ୍ଦୀ, ଇଂରେଜୀ ଏବଂ ବଙ୍ଗାଳୀ ଭାଷାରେ ପ୍ରସ୍ତୁତ କରାଯାଇ ପ୍ରଦର୍ଶିତ କରାଯିବ। ତା’ ଛଡା ଏହି ପରିସର ମଧ୍ୟରେ ଏକ ମୁକ୍ତାକାଶ ରଙ୍ଗମଂଚ ବି ନିର୍ମିତ ହେବ ଯେଉଁଠି ରାଜ୍ୟର କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇପାରିବ।

ଏହି ପ୍ରକଳ୍ପ ଜଗନ୍ନାଥ ସଂସ୍କୃତି, ପରମ୍ପରା ଏବଂ ସାହିତ୍‌ଯକୁ ସୁଦୃଢ ଏବଂ ପରିପୁଷ୍ଟ କରିବା ସହିତ ପୁରୀ ଜଗନ୍ନାଥ ଧାମକୁ ଆସୁଥିବା ହଜାର ହଜାର ପର୍ଯ୍ୟଟକଙ୍କ ପାଇଁ ଉତ୍କୃଷ୍ଟ ସମୟ ବ୍‌ଯତୀତ କରିବା ପାଇଁ ସୁଯୋଗ ପ୍ରଦାନ କରିବ। ଏହା ପୁରୀକୁ ଦେଶର ପର୍ଯ୍ୟଟନ ମାନଚିତ୍ରରେ ଏକ ସ୍ୱତନ୍ତ୍ର ସ୍ଥାନ ଦେବାରେ ସହାୟକ ହେବ।)

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande