ଜୁଲାଇ ୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ
ଭୁବନେଶ୍ୱର, ୦୫ ଜୁଲାଇ (ହି.ସ.)-ଆସନ୍ତା ଜୁଲାଇ ୭ ତାରିଖ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଗତ ୩୦.୦୬.୨୦୨୫ରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ଅଭିଯୋଗ ଦାଖଲ ପାଇଁ ଯେଉଁମାନେ ପୂର୍ବରୁ ପଞ୍ଜୀକରଣ କରିଥିଲେ, ଏହି ଶୁଣାଣି କେବଳସେମାନଙ୍କ ପାଇଁ ଉଦ୍ଦି
ଜୁଲାଇ ୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ


ଭୁବନେଶ୍ୱର, ୦୫ ଜୁଲାଇ (ହି.ସ.)-ଆସନ୍ତା ଜୁଲାଇ ୭ ତାରିଖ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଗତ ୩୦.୦୬.୨୦୨୫ରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ଅଭିଯୋଗ ଦାଖଲ ପାଇଁ ଯେଉଁମାନେ ପୂର୍ବରୁ ପଞ୍ଜୀକରଣ କରିଥିଲେ, ଏହି ଶୁଣାଣି କେବଳସେମାନଙ୍କ ପାଇଁ ଉଦ୍ଦିଷ୍ଟ ରହିଛି । ସେମାନେ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ । ଜୁନ୍ ୩୦ ତାରିଖ ପାଇଁ ପୂର୍ବରୁ ପଞ୍ଜୀକରଣ କରିଥିବା ଆବେଦନକାରୀ ସେମାନଙ୍କ ପ୍ରାପ୍ତି ସ୍ୱୀକାର ପତ୍ର, ବ୍ୟକ୍ତିଗତ ପରିଚୟ ପତ୍ର ତଥା ଆବେଦନ ପତ୍ର ସହ ନିର୍ଦ୍ଧାରିତ ୟୁନିଟ୍‌-୨, ଅଶୋକ ନଗର, ଭୁବନେଶ୍ୱର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ(କ୍ୟାପିଟାଲ ନର୍ସରୀ) ଠାରେ ଜନ ଶୁଣାଣି ପାଇଁ ଉପସ୍ଥିତ ରହିବେ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande