ଆଗାମୀ ୨୪ ଘଂଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ବଜ୍ରପାତ ଓ ଝଡ଼ ପବନ ନେଇ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ :  ଅତି ପ୍ରବଳ ବର୍ଷା, ବଜ୍ରପାତ ଓ ଝଡ଼ ପବନ ନେଇ ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ପ୍ରବଳ ବର୍ଷା, ବଜ୍ରପାତ ଏବଂ ଝଡ଼ ପବନ ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୬ ଜୁଲାଇ (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ବଜ୍ରପାତ ଏବଂ ଝଡ଼ ପବନ ନେଇ ୪ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର)କୁ ରେଡ୍ ୱାର୍ଣ୍ଣିଂ ଜାରି କରିଥିବା ବେଳେ ଅତି ପ୍ରବଳ ବର୍ଷା, ବଜ୍ରପାତ ଏବଂ ଝଡ଼ ପବନ ନେଇ ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଆଗାମୀ ୨୪ ଘଂଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ବଜ୍ରପାତ ଓ ଝଡ଼ ପବନ ନେଇ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ :  ଅତି ପ୍ରବଳ ବର୍ଷା, ବଜ୍ରପାତ ଓ ଝଡ଼ ପବନ ନେଇ ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ପ୍ରବଳ ବର୍ଷା, ବଜ୍ରପାତ ଏବଂ ଝଡ଼ ପବନ ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୬ ଜୁଲାଇ (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ବଜ୍ରପାତ ଏବଂ ଝଡ଼ ପବନ ନେଇ ୪ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର)କୁ ରେଡ୍ ୱାର୍ଣ୍ଣିଂ ଜାରି କରିଥିବା ବେଳେ ଅତି ପ୍ରବଳ ବର୍ଷା, ବଜ୍ରପାତ ଏବଂ ଝଡ଼ ପବନ ନେଇ ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ପ୍ରବଳ ବର୍ଷା, ବଜ୍ରପାତ ଏବଂ ଝଡ଼ ପବନ ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, ଦେବଗଡ଼, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ସୋନପୁର, ବରଗଡ଼, ଝାରସୁଗୁଡ଼ା, ବଲାଙ୍ଗିର, କଳାହାଣ୍ଡି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ନୟାଗଡ଼, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା । ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକର ଗୋଟିଏରୁ ଦୁଇଟି ସ୍ଥାନରେ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେହିପରି ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକର ଗୋଟିଏରୁ ଦୁଇଟି ସ୍ଥାନରେ ୧୨ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକର ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ଆସନ୍ତାକାଲି ଅର୍ଥାତ୍ ୭ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ବଜ୍ରପାତ ଓ ଝଡ଼ ପବନ ନେଇ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ପ୍ରବଳ ବର୍ଷା, ବଜ୍ରପାତ ଓ ଝଡ଼ ପବନ ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ବଜ୍ରପାତ ଓ ଝଡ଼ ପବନ ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ପ୍ରବଳ ବର୍ଷା ନେଇ ୮ ତାରିଖରେ ୯ ଜିଲ୍ଲା, ୯ ତାରିଖରେ ୩ ଜିଲ୍ଲା ଏବଂ ୧୦ ତାରିଖରେ ୪ ଜିଲ୍ଲା, ୧୧ ତାରିଖରେ ୩ ଜିଲ୍ଲା ଏବଂ ୧୨ ତାରିଖରେ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande