ଭୁବନେଶ୍ୱର, ୬ ଜୁଲାଇ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୮ ସ୍ଥାନରେ ଭୀଷଣରୁ ଅତି ଭୀଷଣ ବର୍ଷା ହୋଇଥିବା ବେଳେ ୪ ସ୍ଥାନରେ ଅତିଭୀଷଣ ଓ ୮ ସ୍ଥାନରେ ଭୀଷଣ ବର୍ଷା ହୋଇଛି । ଝାରସୁଗୁଡ଼ା ଜିଲ୍ଲାର ଦେଓଗାଁରେ ସର୍ବାଧିକ ୩୦୬.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ସମ୍ବଲପୁର ଜିଲ୍ଲାର ବାମରାରେ ୨୮୫.୪ ମି.ମି., ଝାରସୁଗୁଡ଼ା ଜିଲ୍ଲାର ଲଇକେରାରେ ୨୭୦.୪ ମି.ମି., କିରମରାରେ ୨୫୫.୩ ମି.ମି., କୋଲାବିରାରେ ୨୩୩.୦ ମି.ମି., ସମ୍ବଲପୁର ଜିଲ୍ଲାର କୁଚିଣ୍ଡାରେ ୨୨୩.୫ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ସୁନ୍ଦରଗଡ଼ରେ ୨୦୭.୮ ମି.ମି., ଝାରସୁଗୁଡ଼ା ଜିଲ୍ଲାର ଝାରସୁଗୁଡ଼ାରେ ୨୦୫.୨ ମି.ମି., କେନ୍ଦୁଝର ଜିଲ୍ଲାର ବାଂଶପାଳରେ ୧୭୯.୯ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ହେମଗିରିରେ ୧୭୬.୦ ମି.ମି., ଟାଙ୍ଗରପାଲିରେ ୧୨୫.୪ ମି.ମି., ଝାରସୁଗୁଡ଼ା ଜିଲ୍ଲାର ଲଖନପୁରରେ ୧୨୦.୨ ମି.ମି. ଏବଂ କେନ୍ଦୁଝର ଜିଲ୍ଲାର ତେଲକୋଇରେ ୧୦୬.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ