ଅଶ୍ୱିନୀ ବୈଷ୍ଣବଙ୍କ ପିତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର, ୦୮ ଜୁଲାଇ (ହି.ସ.) - କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପିତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପୂଜ୍ୟ ପିତା ଶ୍ରୀ ଦାଉ ଲାଲ ବୈଷ୍ଣବ ଙ୍କ ଦେହାନ୍ତ
ଅଶ୍ୱିନୀ ବୈଷ୍ଣବଙ୍କ ପିତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ


ଭୁବନେଶ୍ୱର, ୦୮ ଜୁଲାଇ (ହି.ସ.) - କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପିତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପୂଜ୍ୟ ପିତା ଶ୍ରୀ ଦାଉ ଲାଲ ବୈଷ୍ଣବ ଙ୍କ ଦେହାନ୍ତ ବିଷୟରେ ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ମହାପ୍ରଭୁ ଜଗନ୍ନାଥ ଦିବଙ୍ଗତ ଆତ୍ମାଙ୍କୁ ଶାନ୍ତି ପ୍ରଦାନ କରିବା ସହ ଅଶ୍ୱିନୀ ଜୀ ଓ ତାଙ୍କ ପରିବାରବର୍ଗଙ୍କୁ ଏହି ଦୁଃଖ ସହିବାର ଶକ୍ତି ପ୍ରଦାନ କରନ୍ତୁ ବୋଲି ପ୍ରାର୍ଥନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande