ବନ୍ଦହେଲା ୪ ସ୍ଲୁଇସ୍ ଗେଟ୍ : ହୀରାକୁଦ ଜଳଭଣ୍ଡାରରୁ ୧୬ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି
ସମ୍ବଲପୁର, ୮ ଜୁଲାଇ (ହି.ସ.)- ଆଜି ସଂନ୍ଧ୍ୟା ୬ଟା ପର୍ଯ୍ୟନ୍ତ ହୀରାକୁଦ ଜଳଭଣ୍ଡାରରୁ ୨୦ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ କରାଯାଉଥିବା ବେଳେ ରାତି ୮ଟା ସୁଦ୍ଧା ୪ଟି ସ୍ଲୁଇସ୍ ଗେଟ୍ କୁ ବନ୍ଦ କରାଯାଇଛି । ଫଳରେ ଏବେ ୧୬ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବା
ହୀରାକୁଦ ଜଳଭଣ୍ଡାର


ସମ୍ବଲପୁର, ୮ ଜୁଲାଇ (ହି.ସ.)- ଆଜି ସଂନ୍ଧ୍ୟା ୬ଟା ପର୍ଯ୍ୟନ୍ତ ହୀରାକୁଦ ଜଳଭଣ୍ଡାରରୁ ୨୦ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ କରାଯାଉଥିବା ବେଳେ ରାତି ୮ଟା ସୁଦ୍ଧା ୪ଟି ସ୍ଲୁଇସ୍ ଗେଟ୍ କୁ ବନ୍ଦ କରାଯାଇଛି । ଫଳରେ ଏବେ ୧୬ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ୧୧ଟି ଓ ଡାହାଣ ପାଶ୍ୱର୍ ଡାଇକ୍ ର ୫ଟି ସ୍ଲୁଇସ୍ ଗେଟ୍ ଖୋଲା ରହିଛି । ଜଳଭଣ୍ଡାରର ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ସନ୍ଧ୍ୟା ୬ଟା ସୁଦ୍ଧା ଜଳଭଣ୍ଡାରର ଜଳପତନ ୬୦୬.୭୭ ଫୁଟ୍ ରହିଛି । ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୨ ଲକ୍ଷ ୧୨ ହଜାର ୬୫୧ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୧୬ଟି ସ୍ଲୁଇସ୍ ଗେଟ୍‌, ସ୍ପିଲୱେ ଓ ପାୱାର ଚେନେଲ ଦେଇ ପ୍ରତି ସେକେଣ୍ଡରେ ୩ ଲକ୍ଷ ୨୪ ହଜାର ୯୩୧ କ୍ୟୁସେକ୍ ଜଳ ନିଷ୍କାସନ ହେଉଛି ।

ପ୍ରକାଶ ଥାଉକି, ଗତ ୬ ତାରିଖ ଠାରୁ ହୀରାକୁଦ ଜଳଭଣ୍ଡାରରୁ ଛଡାଯାଉଛି ଚଳିତ ବର୍ଷର ପ୍ରଥମ ବନ୍ୟାଜଳ । ତେବେ ଜଳଭଣ୍ଡାରର ଉପର ମୁଣ୍ଡରେ ବର୍ଷାର ପରିମାଣ କମିଥିବାରୁ ସ୍ଥିତିକୁ ଦୃଷ୍ଟି ୪ଟି ସ୍ଲୁଇସ୍ ଗେଟ୍ କୁ ବନ୍ଦ କରାଯାଇଛି । ଜଳଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande