ଭୁବନେଶ୍ୱର, 8 ଜୁଲାଇ (ହି.ସ.)- ପବିତ୍ର
ନୀଳାଦ୍ରି ବିଜେ ଓ ରସଗୋଲା ଦିବସର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ
ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ପବିତ୍ର
ନୀଳାଦ୍ରି ବିଜେ ଓ ରସଗୋଲା ଦିବସ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା।
ସ୍ୱାସ୍ଥ୍ୟମନ୍ତ୍ରୀ
କହିଛନ୍ତି ଯେ,ନବଦିନାତ୍ମକ ଯାତ୍ରା ଶେଷ କରି ଆଜି ରତ୍ନବେଦୀକୁ ବାହୁଡିବେ
ଚତୁର୍ଦ୍ଧାମୂର୍ତ୍ତି। ରସଗୋଲା ଦେଇ ଲକ୍ଷ୍ମୀ ଠାକୁରାଣୀଙ୍କ ମାନଭଞ୍ଜନ କରିବେ କାଳିଆ ଠାକୁର।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା