ଭୁବନେଶ୍ୱର, ୧ ଅଗଷ୍ଟ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ଢ଼େଙ୍କାନାଳ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ । ଏସବୁ ଜିଲ୍ଲାର କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ଆସନ୍ତାକାଲି ଅର୍ଥାତ୍ ଅଗଷ୍ଟ ୨ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ଢ଼େଙ୍କାନାଳ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ । ଏସବୁ ଜିଲ୍ଲାର କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩ ତାରିଖରେ ୨୦ ଜିଲ୍ଲା, ୪ ତାରିଖରେ ୧୧ ଜିଲ୍ଲା ଏବଂ ୫ ତାରିଖରେ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ