ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୦ ଅଗଷ୍ଟ (ହି.ସ.)- ଆଗାମୀ ୭ ଦିନ ମଧ୍ୟରେ ଭୀଷଣରୁ ଅତି ଭୀଷଣ ବର୍ଷା, ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୪ ଜିଲ୍ଲା(ଗଜପତି, ରାୟ
ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୦ ଅଗଷ୍ଟ (ହି.ସ.)- ଆଗାମୀ ୭ ଦିନ ମଧ୍ୟରେ ଭୀଷଣରୁ ଅତି ଭୀଷଣ ବର୍ଷା, ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୪ ଜିଲ୍ଲା(ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୦ ଜିଲ୍ଲା(ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା, ଜଗତସିଂହପୁର, ବଲାଙ୍ଗିର, ନୂଆପଡ଼ା,ନବରଙ୍ଗପୁର, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ )କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଏହି ସମୟରେ ଏସବୁ ଜିଲ୍ଲାର କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ସେହିପରି ଆସନ୍ତାକାଲି ଅର୍ଥାତ୍ ୧୧ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୪ ଜିଲ୍ଲା(ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୨ ତାରିଖରେ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୩ ତାରିଖରେ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୪ ତାରିଖରେ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଅନୁରୂପ ଭାବେ ଭୀଷଣ ବର୍ଷା ନେଇ ୧୫ ତାରିଖରେ ୫ ଜିଲ୍ଲା ଏବଂ ୧୬ ତାରିଖରେ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande