ଭଦ୍ରକ, ୧୧ ଅଗଷ୍ଟ (ହି.ସ.) - ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ପ୍ରଚଳିତ ବିରଜା ପଞ୍ଜିକା ଅନୁଯାୟୀ ଶ୍ରାବଣମାସ ଶେଷ ସୋମବାରରେ ବାବା ଆଖଣ୍ଡଳମଣିଙ୍କୁ ଜଳାଲାଗି କରିବା ପାଇଁ ହଜାରହଜାର କାଉଡିଆ ଭକ୍ତଙ୍କ ଭିଡ ଲାଗିଥିଲା ପୀଠରେ। କାଉଡିଆଙ୍କ ଭିଡକୁ ଦୃଷ୍ଟିରେ ରଖି ଜିଲା ଓ ମନ୍ଦିର ପ୍ରଶାସନ ପକ୍ଷରୁ ରବିବାର ଠାରୁ ପୀଠରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ତାହାସହ ଶୃଙ୍ଖଳିତ ଜଳଲାଗି ନିମନ୍ତେ ମନ୍ଦିର ଭିତରେ ଓ ବାହାରେ ସ୍ୱତନ୍ତ୍ର ବ୍ୟାରିକେଡ଼ ବ୍ୟବସ୍ଥା କରାଯାଇଥିଲା। ସେହିପରି ପୀଠରେ ଥିବା ୩ଟି ନଦୀଘାଟରେ ଯେପରି ସୁରକ୍ଷିତ ଭାବେ କାଉଡିଆମାନେ ନଦୀ ପାର ହୋଇ ଆସିବେ ସେଥିପାଇଁ ନଦୀଘାଟର ଉଭୟ ପାର୍ଶ୍ୱରେ ଓଡ୍ରାଫଟିମ ଓ ଅଗ୍ନିଶମ ବାହିନୀଙ୍କୁ ନିୟୋଜିତ କରାଯାଇଥିଲା। ଡଙ୍ଗାରେ ଅଧିକ ସଂଖ୍ୟକ କାଉଡିଆ ପାରି ନକରିବାକୁ ୬ଜଣ ଅଧିକାରୀଙ୍କ ସହ ୬ପ୍ଲାଟୁନ ପୋଲି ଫୋର୍ସ ମୁତୟନ କରାଯାଇଥିଲା । ରବିବାର ଠାରୁ ବାବାଙ୍କ ଉପରେ କାଉଡିଆମାନେ ଜଳଲାଗି କରିଥିଲେ। କାଉଡ଼ିଆ ଭକ୍ତଙ୍କ ବୋଲବମ ହରର ବୋମ ଧ୍ୱନିରେ ପ୍ରକମ୍ପିତ ହୋଇଥିଲା ସମଗ୍ର ପୀଠ।ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ
ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ କୁମାର ରାୟ