ଭୁବନେଶ୍ୱର,୧୧ ଅଗଷ୍ଟ (ହି.ସ.)- ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଅଂଚଳର ଜାଗୃତି ରାଉଳ (ପିତା-ମାନସ କୁମାର ରାଉଳ) ଏବଂ ରେବତୀ ରାଉଳ (ସ୍ୱାମୀ - ମାନସ କୁମାର ରାଉଳ) ଙ୍କ ଏକ ଦୁଃଖଦ ଦୁର୍ଘଟଣାରେ ପ୍ରାଣହାନି ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ପ୍ରତି ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା