ମାଲକାନଗିରି, ୧୧ ଅଗଷ୍ଟ (ହି.ସ.)- ଆଜି ଖଇରପୁଟ ବ୍ଲକ କାର୍ଯ୍ୟାଳୟରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ ଓ ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ଏଚ୍ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ।
ଆଜି ମୋଟ ୧୦୩ ଗୋଟି ଅଭିଯୋଗର ଶୁଣାଣୀ ହୋଇଥିଲା l ସେଥି ମଧ୍ୟରୁ ୫୮ ଗୋଟି ବ୍ୟକ୍ତିଗତ ଅଭିଯୋଗ ରହିଥିବା ବେଳେ ୪୫ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଏଥି ମଧ୍ୟରୁ ୧୦ ଗୋଟି ପେନସନ ସମ୍ବନ୍ଧୀୟ ଅଭିଯୋଗର ତତ୍ କ୍ଷଣାତ ସମାଧାନ କରାଯାଇଥିଲା। ଆଜି ଆସିଥିବା ଅଭିଯୋଗ ଗୁଡ଼ିକ ମଧ୍ୟରୁ ମୁଖ୍ୟତଃ ରାସ୍ତାଘାଟ ସମସ୍ୟା, ପେନସନ, ଆବାସ ସମସ୍ୟା ଓ ରାସନ୍ କାର୍ଡ ସମସ୍ୟା ଆଦି ପ୍ରମୁଖ ରହିଥିଲା।
ଆଜିର ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣିରେ ଉପ ଜିଲ୍ଲାପାଳ ଅଶ୍ନି ଏ ଏଲ୍, ବନଖଣ୍ଡ ଅଧିକାରୀ ସାଇ କିରଣ ଓ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର ଉପସ୍ଥିତ ଥିଲେ l ଖଇରପୁଟ ବିଡିଓ ଉମା ଶଙ୍କର କୋୟା, ଅତିରିକ୍ତ ଜିଲ୍ଲାପାଳ ନିର୍ବାଚନ ଅଶୋକ ଚକ୍ରବର୍ତ୍ତୀଙ୍କ ସମେତ ଜିଲ୍ଲାର ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଶୁଣାଣୀରେ ରାସନ୍ କାର୍ଡ, ପେନସନ୍ ଓ ଆବାସ ସମ୍ବନ୍ଧୀୟ ସମସ୍ୟାର ତୁରନ୍ତ ସମାଧାନ ପାଇଁ କ୍ୟାମ୍ପ କରାଯାଇ ଅନଲାଇନ୍ ସେବା ଯୋଗାଇ ଦିଆଯାଇଥିଲା।
ହିନ୍ଦୁସ୍ଥାନ ସମାଚାର / ଶିବବ୍ରତ