ଭୁବନେଶ୍ୱର, ୧୧ ଅଗଷ୍ଟ (ହି.ସ.)- ଆସନ୍ତା ୧୩ ଓ ୧୫ ତାରିଖରେ ପାଗ ଖରାପ ରହିବା ସହିତ ସମୁଦ୍ର ଅଶାନ୍ତ ରହିବ । ୧୩ ତାରିଖରେ ଦକ୍ଷିଣ ଓଡ଼ିଶା ଉପକୂଳ ଓ ବାହାରେ, ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତର -ପଶ୍ଚିମ ବଙ୍ଗୋପସାଗରରେ ଏବଂ ୧୪ ଓ ୧୫ ତାରିଖରେ ଓଡ଼ିଶା ଉପକୂଳ ଓ ବାହାରେ, ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତର -ପଶ୍ଚିମ ବଙ୍ଗୋପସାଗରରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ସ୍ଥଳ ବିଶେଷରେ ୬୦ କି.ମି.କୁ ଛୁଇଁପାରେ । ଏଣୁ ଏହି ସମୟରେ ମତ୍ସ୍ୟଜିବୀମାନଙ୍କୁ ସମୁଦ୍ରକୁ ମାଛ ଧରିବାକୁ ଯିବାକୁ ବାରଣ କରାଯାଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ