ଭୁବନେଶ୍ୱର, ୧୧ ଅଗଷ୍ଟ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ଭୀଷଣରୁ ଅତି ଭୀଷଣ ବର୍ଷା, ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ ।
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି । ଏହି ସମୟରେ ଏସବୁ ଜିଲ୍ଲାର କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ଆସନ୍ତାକାଲି ଅର୍ଥାତ୍ ୧୨ ତାରିଖରେ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨ଜିଲ୍ଲା( କୋରାପୁଟ, ମାଲକାନଗିରି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୩ ତାରିଖରେ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨ ଜିଲ୍ଲା(କୋରାପୁଟ, ମାଲକାନଗିରି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୧୪ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୫ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ