ଭୁବନେଶ୍ୱର, ୧୨ ଅଗଷ୍ଟ (ହି.ସ.)- ଏକ ଘୂର୍ଣ୍ଣିବଳୟ ବଙ୍ଗୋପସାଗରର କେନ୍ଦ୍ରୀୟ ଅଂଶ ସମୁଦ୍ର ପତନଠାରୁ ୩.୧ ଏବଂ ୫.୮ କି.ମି. ଉପରେ ଅବସ୍ଥିତ ରହିଛି । ଯାହାର ପ୍ରଭାବରେ ୧୩ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ଏବଂ ତତସଂଲଗ୍ନ ଉତର ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପକ୍ଷେତ୍ର ସୃଷ୍ଟି ହୋଇପାରେ । ପରବର୍ତୀ ୪୮ ଘଂଟା ମଧ୍ୟରେ ଏହା ଅଧିକ ସୁଦୃଶ୍ୟ ହୋଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ