ଭୁବନେଶ୍ୱର, ୧୨ ଅଗଷ୍ଟ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୨ଟି ସ୍ଥାନରେ ଭୀଷଣ ବର୍ଷା ଏବଂ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । କେନ୍ଦ୍ରାପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇରେ ସର୍ବାଧିକ ୭୦.୩ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି କନ୍ଧମାଳ ଜିଲ୍ଲାର ଚକାପାଦରେ ୬୫.୬ ମି.ମି., ରାଇକିଆରେ ୬୧.୯ ମି.ମି., କଳିଙ୍ଗାରେ ୫୪.୪ ମି.ମି., ଗଜପତି ଜିଲ୍ଲାର ଆର.ଉଦୟଗିରିରେ ୫୧.୪ ମି.ମି., ଜଗତସିଂହପୁର ଜିଲ୍ଲାର ରଘୁନାଥପୁରରେ ୪୪.୦ ମି.ମି., ପୁରୀ ଜିଲ୍ଲାର କାକଟପୁରରେ ୩୮.୦ ମି.ମି., ଗଜପତି ଜିଲ୍ଲାର ଗୋଷାଣିରେ ୩୭.୦ ମି.ମି., କନ୍ଧମାଳ ଜିଲ୍ଲାର ଟିକାବାଲିରେ ୩୪.୦ ମି.ମି., ଗଞ୍ଜାମ ଜିଲ୍ଲାର ଆସ୍କାରେ ୩୨.୨ ମି.ମି., ପାତ୍ରପୁରରେ ୩୦.୪ ମି.ମି., କୋରାପୁଟ ଜିଲ୍ଲାର ଲମତାପୁଟରେ ୨୩.୪ ମି.ମି. ଏବଂ କୋରାପୁଟ ଜିଲ୍ଲାର ଜୟପୁରରେ ୨୨.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ