ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୨ ଅଗଷ୍ଟ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ଭୀଷଣରୁ ଅତି ଭୀଷଣ ବର୍ଷା, ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼ କି
ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୨ ଅଗଷ୍ଟ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ଭୀଷଣରୁ ଅତି ଭୀଷଣ ବର୍ଷା, ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ ।

ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲା(ନବରଙ୍ଗପୁର, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ୩ ଜିଲ୍ଲାର ଗୋଟିଏରୁ ୨ଟି ସ୍ଥାନରେ ୭ରୁ ୧୧ ସେମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଏହି ସମୟରେ ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ସେହିପରି ଆସନ୍ତାକାଲି ଅର୍ଥାତ୍ ୧୩ ତାରିଖରେ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨ଜିଲ୍ଲା( କୋରାପୁଟ, ମାଲକାନଗିରି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୪ ତାରିଖରେ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨ଜିଲ୍ଲା(କୋରାପୁଟ, ମାଲକାନଗିରି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୫ ତାରିଖରେ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨ଜିଲ୍ଲା(କୋରାପୁଟ, ମାଲକାନଗିରି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ୧୬ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨ ଜିଲ୍ଲା (କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande