କିଏ ,କେଉଁଠି କରିବେ ପତାକା ଉତୋଳନ
ଭୁବନେଶ୍ୱର,୧୨ ଅଗଷ୍ଟ (ହି.ସ)- ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ୭୯ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପତାକା ଉତୋଳନ କରିବେ। ସେହିପରି କେନ୍ଦୁଝର ରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ କଟକରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ପତାକା ଉତୋଳନ
କିଏ ,କେଉଁଠି କରିବେ ପତାକା ଉତୋଳନ


ଭୁବନେଶ୍ୱର,୧୨ ଅଗଷ୍ଟ (ହି.ସ)- ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ୭୯ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପତାକା ଉତୋଳନ କରିବେ। ସେହିପରି କେନ୍ଦୁଝର ରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ କଟକରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ପତାକା ଉତୋଳନ କରିବେ।

ସମ୍ବଲପୁରରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ , ବଲାଙ୍ଗୀରରେ ପଂଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ , କଳାହାଣ୍ଡିରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, କନ୍ଧମାଳରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର , ପୁରୀରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ , ସୁନ୍ଦରଗଡରେ ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ , ଗଜପତିରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ଭଦ୍ରକରେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ନବରଙ୍ଗପୁରରେ ଜଙ୍ଗଲ ମନ୍ତ୍ରୀ ଗଣେଶରାମ ସିଂଖୁଂଟିଆ , ସୁବର୍ଣ୍ଣପୁରରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ , ଅନୁଗୁଳରେ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ , ରାୟଗଡାରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଳିକ ଏବଂ ମୟୁରଭଂଜରେ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ ପତାକା ଉତୋଳନ କରିବେ।

ରାଉରକେଲା ଓ ବ୍ରହ୍ମପୁରରେ ସମ୍ପୃକ୍ତ ଆରଡିସି ଏବଂ ୧୫ ଜିଲ୍ଲାରେ ଜିଲ୍ଲାପାଳମାନେ ପତାକା ଉତୋଳନ କରିବେ ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande