ଭୁବନେଶ୍ୱର,୧୫ ଅଗଷ୍ଟ (ହି.ସ.) - ଦୟା ନଦୀରେ ଗାଧୋଉଥିବା ବେଳେ ୨ ଛାତ୍ର ବୁଡି ଯିବାରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ନିଖୋଜ ଅଛନ୍ତି। ଧଉଳି ଥାନା ନୂଆଗାଁ ଡାଲଖାଇ ଘାଟରେ ଗାଧାଉଥିବା ବେଳେ ୨ ଛାତ୍ର ବୁଡି ଯାଇଥିଲେ। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଂଚି ଖୋଜାଖୋଜି ଆରମ୍ଭ କରିଥିଲେ। ଜଣେ ଛାତ୍ରଙ୍କର ମୃତଦେହ ଉଦ୍ଧାର ହୋଇଥିବା ବେଳେ ଅନ୍ୟ ଜଣେ ଛାତ୍ରଙ୍କ ଏପର୍ଯ୍ୟନ୍ତ ପତା ମିଳିପାରିନାହିଁ। ଅଗ୍ନିଶମ ବାହିନୀର ଉଦ୍ଧାର କାର୍ଯ୍ୟ ଜାରି ରହିଛି। ୨ ଜଣ ଛାତ୍ର ଏକ ଘରୋଇ ଶିକ୍ଷାନୁଷ୍ଠାନର ଅଷ୍ଟମ ଶ୍ରେଣୀର ହୋଇଥିବା ସୂଚନା ମିଳିଛି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା