ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, ୧୫ ଅଗଷ୍ଟ (ହି.ସ.)- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୯ତମ ସ୍ୱାଧୀନତା ଦିବସ ୨୦୨୫ ମସିହା ଅବସରରେ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହା ପୂର୍ବରୁ ସେ ରାଜଘାଟ ଯାଇ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।ପ୍ରଧାନମନ୍ତ୍ରୀଙ୍
ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ


ନୂଆଦିଲ୍ଲୀ, ୧୫ ଅଗଷ୍ଟ (ହି.ସ.)- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୯ତମ ସ୍ୱାଧୀନତା ଦିବସ ୨୦୨୫

ମସିହା ଅବସରରେ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହା ପୂର୍ବରୁ ସେ

ରାଜଘାଟ ଯାଇ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।ପ୍ରଧାନମନ୍ତ୍ରୀଙ୍କୁ

ଲାଲକିଲ୍ଲାରେ ପହଞ୍ଚିବା ପରେ ଗାର୍ଡ ଅଫ୍ ଅନର ଦିଆଯାଇଥିଲା। ପତାକା ଉତ୍ତୋଳନ କରିବା ପରେ ସେ

ଜାତୀୟ ସଙ୍ଗୀତ ସହିତ ଅଭିବାଦନ ଗ୍ରହଣ କରିଥିଲେ।ଲାଲକିଲ୍ଲାରୁ ପତାକା ଉତ୍ତୋଳନ ଏବଂ ଦେଶକୁ

ସମ୍ବୋଧିତ କରିବାର ପରମ୍ପରା ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ନେହେରୁଙ୍କ

କାର୍ଯ୍ୟକାଳରୁ ଚାଲିଆସିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଗାତାର ୧୨ ବର୍ଷ ଧରି ଦେଶକୁ

ସମ୍ବୋଧିତ କରିବାରେ ଦ୍ୱିତୀୟ ପ୍ରଧାନମନ୍ତ୍ରୀ ହୋଇଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ରଶ୍ମିତା


 rajesh pande