ଭୁବନେଶ୍ୱର,୧୫ ଅଗଷ୍ଟ (ହି.ସ.) - ଭୁବନେଶ୍ୱର ମହାନଗର ନିଗମ(ବିଏମ୍ ସି) ପକ୍ଷରୁ ୭୯ତମ ସ୍ୱାଧୀନତା ଦିବସ ଆନନ୍ଦ ଉଦ୍ଦିପନାର ସହ ପାଳିତ ହୋଇଯାଇଛି। ଏହି ଅବସରରେ ମେୟର ଶ୍ରୀମତୀ ସୁଲୋଚନା ଦାସ ଓ କମିଶନର ଚଂଚଳ ରାଣା ଜାତୀୟ ପତାକା ଉତୋଳନ ପୂର୍ବକ ଅଭିବାଦନ ଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ କମିଶନର ରତ୍ନାକର ସାହୁ, ଶ୍ରୀମତୀ ସସ୍ମିତା ସାହୁ, କୈଳାସ ଚନ୍ଦ୍ର ଦାସ, ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷା ବିନୟିନୀ ଜେନା, କର୍ପୋରେଟର ଭାରତୀ ସିଂଙ୍କ ସହ ବହୁ କର୍ପୋରେଟର, ବିଏମ୍ ସିର ସମସ୍ତ ଉପବିଭାଗୀୟ ଅଧିକାରୀ, କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ। କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀମାନଙ୍କ ଦ୍ୱାରା ଜାତୀୟ ସଂଗୀତ ଗାନ କରାଯାଇଥିଲା ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା