କନ୍ଧମାଳ ଜିଲ୍ଲା ସ୍ତରୀୟ ୭୯ତମ ସ୍ୱାଧୀନତା ଦିବସରେ ଜାତୀୟ ପତାକା ଉତୋଳନ କରି ବିଭିନ୍ନ କାର୍ଯ୍ୟକ୍ରମ ରେ ଯୋଗ ଦେଲେ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର
79th Independence day celebration in Phulbani
ଫୋଟ


ଫୋଟ ୨


କନ୍ଧମାଳ, ୧୬ ଅଗଷ୍ଟ(ହି.ସ.) – କନ୍ଧମାଳ ଜିଲ୍ଲା ସଦର ମହକୁମାର ଫୁଲବାଣୀ ମାଦିକୁନ୍ଦା ପୋଲିସ ରିଜର୍ଭ ପଡିଆ ଠାରେ ୭୯ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। ଅଗଷ୍ଟ ୧୫ ତାରିଖ ଶୁକ୍ରବାର ଦିନ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ମାନ୍ୟବର କ୍ୟାବିନେଟ ମନ୍ତ୍ରୀ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଶ୍ରୀଯୁକ୍ତ କୃଷ୍ଣଚନ୍ଦ୍ର ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତୋଳନ କରିଥିଲେ । ଏହା ସମେତ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ । ଦେଶକୁ ସ୍ୱାଧୀନ କରିବା ପାଇଁ ବଳିଦାନ ଦେଇଥିବା ମହାପୁରୁଷମାନଙ୍କ ସ୍ମୃତିଚାରଣ କରି ଏହି କଷ୍ଟଲବ୍ଧ ସ୍ୱାଧୀନତାକୁ ବଜାୟ ରଖିବା ପାଇଁ ସମସ୍ତଙ୍କୁ ଆହ୍ୱାନ ଦେଇଥିଲେ। କନ୍ଧମାଳ ଜିଲ୍ଲାର ସ୍ୱାଧୀନତା ସଂଗ୍ରାମୀ ମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଦେଶର ସ୍ୱାଧୀନତା ଆନ୍ଦୋଳନରେ କନ୍ଧମାଳ ଜିଲ୍ଲାର ଅବଦାନ ଅବିସ୍ମରଣୀୟ ବୋଲି ମନ୍ତ୍ରୀ ଦେଇଥିଲେ। ଏହି ଅବସରରେ ସରକାରଙ୍କ ପକ୍ଷରୁ ହାତକୁ ନିଆଯାଇଥିବା ବିଭିନ୍ନ ଯୋଜନା ସମ୍ପର୍କରେ ସୂଚନା ଦେଇଛନ୍ତି। ରାଜ୍ୟର ନୂତନ ସରକାରଙ୍କ ଦ୍ୱାରା ଜନସାଧାରଣ ଓ ସରକାରଙ୍କ ମଧ୍ୟରେ ଥିବା ପ୍ରଶାସନିକ ଦୂରତ୍ୱ କମାଇବା ପାଇଁ ପ୍ରଚେଷ୍ଟା କରାଯିବା ସହ ସମସ୍ୟା ସମାଧାନ ବ୍ୟବସ୍ଥା କରାଯାଇଛି ବୋଲି କହିଛନ୍ତି। ଆୟୋଜିତ ପେରେଡରେ ପୁଲିସ ବାହିନୀ ସମେତ ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ। ଶ୍ରେଷ୍ଠ ବିବେଚିତ ଦଳମାନଙ୍କୁ ମୁଖ୍ୟ ଅତିଥି ପୁରସ୍କୃତ କରିଥିଲେ। ଅନୁଷ୍ଠିତ କାର୍ଯ୍ୟକ୍ରମରେ ଫୁଲବାଣୀ ବିଧାୟକ ଉମାଚରଣ ମଲ୍ଲିକ, କନ୍ଧମାଳ ଜିଲ୍ଲାପାଳ ବେଦଭୂଷଣ, ଆରକ୍ଷୀ ଅଧୀକ୍ଷକ ହରିଶ ବିସିଙ୍କ ସମେତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ଜନ ପ୍ରତିନିଧିମାନେ ଯୋଗ ଦେଇଥିଲେ ଏବଂ କ୍ୟାବିନେଟ ମନ୍ତ୍ରୀ ଜିଲ୍ଲା ପ୍ରଶାସନ ଦ୍ୱାରା ଆୟୋଜିତ ହୋଇଥିବା ଜିଲ୍ଲା କାରାଗାରର କଏଦୀମାନଙ୍କୁ ମିଷ୍ଟାନ୍ନ ବଂଟନ, ରକ୍ତଭଣ୍ଡାର ଠାରେ ରକ୍ତଦାନ ଶିବିର ଉଦ୍ ଘାଟନ ଅବସରରେ ବିଶିିଷ୍ଟ ରକ୍ତତଦାତା ପ୍ରରଶାନ୍ତ କୁମାର ବେହେରାଙ୍କ ୧୭୧ ତମ ରକ୍ତଦାନ ପାଇଁ ଶୁଭେଛା ଓ ପ୍ରସଂସା କରିବ, ସହିତ ଜିଲ୍ଲା ରକ୍ତଦାତା ମାନଙ୍କୁ ମୁଖ୍ୟ ଚି କରିଥିଲେ। ଫୁଲବାଣୀ ଚିକିତ୍ସାଳୟର ରୋଗୀମାନଙ୍କୁ ଫଳ ବଂଟନ ଆଦି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ସନ୍ଧ୍ୟାରେ ଜିଲ୍ଲା ସଂସ୍କୃତି ପରିଷଦ ତରଫରୁ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ବିଭିନ୍ନ ଅନୁଷ୍ଠାନର ସାଂସ୍କୃତିକ ଦଳ ଦେଶାତ୍ମକବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ହର ଘର ତ୍ରିରଙ୍ଗା ୨୦୨୫ ଅବସରରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା। ଏହି ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବରେ ମାନ୍ୟବର ସାଂସଦ କନ୍ଧମାଳ ଶ୍ରୀ ସୁକାନ୍ତ କୁମାର ପାଣିଗ୍ରାହୀ ଏବଂ ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ, ଶ୍ରୀ କୁଶଳ ଚନ୍ଦ୍ର ନାଏକ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରମେଶ ଚନ୍ଦ୍ର ଜେନା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ କନ୍ଧମାଳ ଶ୍ରୀ ଶମ୍ଭୁନାଥ ନନ୍ଦୀ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ରାଜେଶ କୁମାର ସ୍ୱାଇଁ ଉପସ୍ଥିତ ଥିଲେ। ଜିଲ୍ଲା ସଂସ୍କୃତି ଅଧିକାରୀ ତଥା ଭାରପ୍ରାପ୍ତ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଅକ୍ଷୟ କୁମାର ସେଠୀ ପରିଚାଳନା କରିବା ସହିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

ହିନ୍ଦୁସ୍ଥାନ ସମାଚାର/ପ୍ରଶାନ୍ତ/ବୀଣାପାଣି

.......................................

ହିନ୍ଦୁସ୍ଥାନ ସମାଚାର / ପ୍ରଶାନ୍ତ


 rajesh pande