ନିଳାଗୁଡା ଜଙ୍ଗଲରେ ଅବକାରି ଚଢାଉ
ଜୟପୁର, 17 ଅଗଷ୍ଟ (ହି.ସ.) ଜୟପୁର ସଦର ଥାନା ଅନ୍ତର୍ଗତ ନିଳାଗୁଡା ଜଙ୍ଗଲରେ ଆଜି ଅବକାରି ଚଢାଉ ହୋଇଛି । ଦେଶି ମଦ ପ୍ରସ୍ତୁତ ସହ ଲୁଚାଇ ରଖିଥିବା ସୁଚନା ପାଇ ଜୟପୁର ଅବକାରି ଥାନା ଚଢାଉ କରିଛି । ଚଢାଉ ସୁଚନା ପାଇ ମଦ ମାଫିଆ ମାନେ ଚମ୍ପଟ ମାରିଥିବା ବେଳେ ଅବକାରି ବିଭାଗ ବହୁ ମଦ ଭାଟି ଭାଙ୍ଗିବା ସହ
ନିଳାଗୁଡା ଜଙ୍ଗଲରେ  ଅବକାରି ଚଢାଉ


ଜୟପୁର, 17 ଅଗଷ୍ଟ (ହି.ସ.) ଜୟପୁର ସଦର ଥାନା ଅନ୍ତର୍ଗତ ନିଳାଗୁଡା ଜଙ୍ଗଲରେ ଆଜି ଅବକାରି ଚଢାଉ ହୋଇଛି । ଦେଶି ମଦ ପ୍ରସ୍ତୁତ ସହ ଲୁଚାଇ ରଖିଥିବା ସୁଚନା ପାଇ ଜୟପୁର ଅବକାରି ଥାନା ଚଢାଉ କରିଛି । ଚଢାଉ ସୁଚନା ପାଇ ମଦ ମାଫିଆ ମାନେ ଚମ୍ପଟ ମାରିଥିବା ବେଳେ ଅବକାରି ବିଭାଗ ବହୁ ମଦ ଭାଟି ଭାଙ୍ଗିବା ସହ ୮ ଶହ ଲିଟର ପୋଚ ଓ ଶହେ ୨୦ଲିଟର ଦେଶି ମଦ ଜବତ କରି ନଷ୍ଟ କରିଛି । ମଦ ରନ୍ଧା ସରଞ୍ଜାମ ଡ୍ରମ ଆଦିକୁ ଜବତ କରିଥିବା ବିଷୟ ଜୟପୁର ଅବକାରି ଥାନା ଓଆଇସି ସୁବ୍ରତ କେଶୋରି ହିରନ ସୁଚନା ଦେଇଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande