ବଲାଙ୍ଗିର, 17 ଅଗଷ୍ଟ (ହି.ସ.)
ବଲାଙ୍ଗିର ଜିଲ୍ଲାରେ ଆସନ୍ତା ତା.୧୩.୦୯.୨୦୨୫ରିଖରେ ୩ୟ ରାଷ୍ଟ୍ରିୟ ଲୋକ ଅଦାଲତ ଅନୁଷ୍ଠିତ ହେବ
ଆସନ୍ତା ସେପ୍ଟମ୍ବର ମାସ ୧୩ ତାରିଖ ଶନିବାର ଦିନ ବଲାଙ୍ଗିର, ପାଟଣାଗତ, ଟିଟିଲାଗଡ, କଂଟାବାଂଜି, ଲୋଇସିଂହା, ସଇଁତଳା, ମୁରିବାହାଲ, ବଙ୍ଗୋମୁଣ୍ଡା ଏବଂ ତୁଷୁରା ଅଦାଲତ ପରିସରରେ ଓ ଜିଲ୍ଲାର ସମସ୍ତ ରାଜସ୍ଵ ବିଭାଗ ତଥା ରାଷ୍ଟ୍ରାୟତ ବ୍ୟାଙ୍କ, ଜିଲ୍ଲା ଶ୍ରମ ବିଭାଗ, BSNL, Municipality, PHD, Consumer forum ବିଭାଗ ମାନଙ୍କର ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବାକୁ ଯାଉଅଛି । ଏଥିରେ ସମସ୍ତ ପ୍ରକାରର ବିଚାରଧୀନ ମକଦ୍ଧମା ଯଥା ଫୌଜଦାରୀ (ସାଲିସ ଯୋଗ୍ୟ), ଚେକ୍ ବାଉନ୍ସ, ବ୍ୟାଙ୍କ ଋଣ, ମୋଟର ଦୁର୍ଘଟଣାଜନିତ କ୍ଷତିପୁରଣ, ଶ୍ରମ ଓ ନିଯୁକ୍ତି ବିବାଦ, ବିଦ୍ୟୁତ, ଜଳ ଓ ଅନ୍ୟାନ୍ୟ ବିଲ୍ ଦେୟ ଜନିତ ବିବାଦ, ବୈବାହିକ ବିବାଦ, ଜମି ଅଧିଗ୍ରହଣ, ଚାକିରି ସମ୍ବନ୍ଧୀୟ ଓ ଅନ୍ୟାନ୍ୟ ଦେୱାନୀ ମକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । ଏହାସହ ପ୍ରାକ୍ ମକଦ୍ଦମାସ୍ତରୀୟ ମାମଲା ତଥା ଚେକ୍ ବାଉନ୍ସ, ବ୍ୟାଙ୍କ ରଣ, ଶ୍ରମ ଓ ନିଯୁକ୍ତି ବିବାଦ, ବିଦ୍ୟୁତ, ଜଳ ଓ ଅନ୍ୟାନ୍ୟ ସାଲିସ ଯୋଗ୍ୟ ଫୌଜଦାରୀ ଓ ଅନ୍ୟାନ୍ୟ ଦେୱାନୀ ମକଦ୍ଦମା ଇତ୍ୟାଦିର ସମାଧାନ ମଧ୍ୟ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ହୋଇପାରିବ । ଲୋକ ଅଦାଲତରେ ମକଦ୍ଦମା ବିବାଦର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ କରିବାକୁ ପଡେ ନାହିଁ । ଦୀର୍ଘଦିନ ଧରି ଚାଲୁଥିବା ମକଦ୍ଦମାର ସହଜ ସମାଧାନ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହା ଏକ ସୁଯୋଗ । ଏ ସଂକ୍ରାନ୍ତରେ ବିଶେଷ ବିବରଣୀ ନିମନ୍ତେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ବଲାଙ୍ଗିର ଓ ତାଲୁକ ଆଇନ ସେବା କମିଟି ପାଟଣାଗଡ, ଟିଟିଲାଗଡ଼, କଂଟାବାଂଜି, ଲୋଇସିଂହା, ସଇଁତଳା ,ମୁରିବାହାଲ, ବଙ୍ଗୋମୁଣ୍ଡା,ତୁଷୁରା ଏବଂ ଅନ୍ୟ ଉପରୋକ୍ତ ବିଭାଗ ମାନଙ୍କ ସହିତ ଯୋଗାଯୋଗ କରିବା ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ସୂଚନା ଦିଆଯାଉଅଛି ।
---------------
ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ