ନବୀନଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ , ଉପମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର, ୧୭ ଅଗଷ୍ଟ (ହି.ସ.)- ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତି ହୋଇଛନ୍ତି। ତାଙ୍କର ଅସୁସ୍ଥତା ନେଇ ଡାକ୍ତରଖାନାରେ ଚିକିତ୍ସା ଚାଲିଥିବା ବେଳେ ତାଙ୍କୁ ମନ୍ତ୍ରୀ, ବିଧାୟକ, ନେତା ଓ ସମର୍ଥକ ଭେଟୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ବିଭିନ୍ନ ନେତା ଓ ମନ୍
ନବୀନଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ , ଉପମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ


ଭୁବନେଶ୍ୱର, ୧୭ ଅଗଷ୍ଟ (ହି.ସ.)- ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତି ହୋଇଛନ୍ତି। ତାଙ୍କର ଅସୁସ୍ଥତା ନେଇ ଡାକ୍ତରଖାନାରେ ଚିକିତ୍ସା ଚାଲିଥିବା ବେଳେ ତାଙ୍କୁ ମନ୍ତ୍ରୀ, ବିଧାୟକ, ନେତା ଓ ସମର୍ଥକ ଭେଟୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ବିଭିନ୍ନ ନେତା ଓ ମନ୍ତ୍ରୀ ସୋସିଆଲ ମିଡିଆରେ ନବୀନଙ୍କ ଆରୋଗ୍ୟ କାମନା କରୁଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ୍ସରେ ଲେଖିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅସୁସ୍ଥତା ବିଷୟରେ ଜାଣିବାକୁ ପାଇଲି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ତାଙ୍କର ଦ୍ରୁତ ଆରୋଗ୍ୟ ଓ ଉତମ ସ୍ୱାସ୍ଥ୍ୟ ପାଇଁ ପ୍ରାର୍ଥନା କରୁଛି।

ସେହିପରି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏକ୍ସରେ ପୋଷ୍ଟ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଙ୍କ ଅସୁସ୍ଥତା ବାବଦରେ ଖବର ପାଇଲି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ ଏବଂ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲେଖିଛନ୍ତି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ ଥିବା ଖବର ଜାଣିବାକୁ ପାଇଲି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଖରେ ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ଆଶୁ ଆରୋଗ୍ୟ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande