ଭୁବନେଶ୍ୱର, ୧୮ ଅଗଷ୍ଟ (ହି.ସ.)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତତସଂଲଗ୍ନ ଉତର-ପଶ୍ଚିମ ବଙ୍ଗୋପସାଗର ଏବଂ ଉତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଉପରେ ରହିଛି ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର । ସମ୍ପୃକ୍ତ ଘୂର୍ଣ୍ଣିବଳୟ ପରିଚଳନ ସମୁଦ୍ର ପତନଠାରୁ ୯.୬ କିଲୋମିଟର ଉଚ୍ଚତା ସହିତ ଦକ୍ଷିଣ-ପଶ୍ଚିମ ଆଡକୁ ବିସ୍ତାରିତ ହୋଇଛି । ଏହା କ୍ରମଶଃ ପଶ୍ଚିମ-ଉତରପଶ୍ଚିମ ଦିଗରେ ଗତି କରିବା ସହ ଆଗାମୀ ୧୨ ଘଂଟାରେ ଅବପାତରେ ପରିଣତ ହୋଇପାରେ ଏବଂ ପ୍ରାୟ ୧୯ ତାରିଖ ପୂର୍ବାହ୍ନରେ ଦକ୍ଷିଣ ଓଡ଼ିଶା-ଉତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ