ଜୟପୁର, ୧୮ ଅଗଷ୍ଟ (ହି.ସ.)- ଜୟପୁର ବ୍ଲକ ଅନ୍ତର୍ଗତ ବଡଜିଉନା ଠାରେ ପଞ୍ଚାୟତ ସ୍ତରିୟ ଅଭିଯୋଗ ଓ ଜନ ଶୁଣାଣି ଶିବିର ଆଜି ଦିନ ୧୧ଟାରେ ଆରମ୍ଭ ହୋଇ ଅପରାହ୍ନ ୨ଟା ସମୟରେ ଶେଷ ହୋଇଥିଲା । ଏହି ଅଭିଯୋଗ ଶୁଣାଣିରେ ଏବିିଡିଓ ମନୋଜ ନାୟକ, ସହକାରି ନିବାହୀ ଯନ୍ତ୍ରୀ ବିଜୟ ନନ୍ଦ, ସହକାରି ଯନ୍ତ୍ରୀ ରଞ୍ଜିତା ରାଣି ପଣ୍ଡା. ପ୍ରୋଗ୍ରାମ ଆସିଷ୍ଟାଣ୍ଡ ସସ୍ମିତା ପରିଡା, ସହ ଅନ୍ୟ ଲାଇନ ର ବ୍ଲକ ସ୍ତରିୟ ଅଧିକାରି ମାନେ ଉପସ୍ଥିତ ଥିଲେ । ଏଥିରେ ପଞ୍ଚାୟତର ବିଭିନ୍ନ ଗ୍ରାମର ଗ୍ରାମବାସୀ ଉପସ୍ଥିତ ଥିଲେ । ଗ୍ରାମବାସୀ ମାନେ ବିଭାଗର ଅଧିକାରି ମାନଙ୍କୁ ସଲପା ହାଇସ୍ଲୁଲରେ ଅତିରିକ୍ତ ଶ୍ରେଣି ଗହୃ ନିର୍ମାଣ ସହ ପ୍ରାଥମିକ ବିଦ୍ୟାଳୟ ଓ ଅଙ୍ଗନବାଡି କେନ୍ଦ୍ରର ମରାମତି, ଶ୍ମଶାନରେ ଗୃହ ନିର୍ମାଣ ଆଦି ଅଭିଯୋଗ କରିଥିଲେ । ଏହା ସହ ଉପସ୍ଥିତ ଅଧିକାରି ମାନେ ବିଭିନ୍ନ ସରକାରୀ ଯୋଜନାର ଲାଭ କିପରି ପାଇବେ ସେନେଇ ସଚେତନ କରିଥିଲେ ।
ହିନ୍ଦୁସ୍ଥାନ ସମାଚାର / ପିକେପି