ଭୁବନେଶ୍ୱର, 18 ଅଗଷ୍ଟ (ହି.ସ.)- ମୁଖ୍ୟମନ୍ତ୍ରୀ
ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ ସମ ଅଲ୍ଟିମେଟ ମେଡିକେୟାର
ହସ୍ପିଟାଲ ଗସ୍ତ କରି ସେଠାରେ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କ ଚିକିତ୍ସା
କରୁଥିବା ଡାକ୍ତରୀ ଦଳଙ୍କୁ ସାକ୍ଷାତ କରି ନବୀନ ବାବୁଙ୍କ ସ୍ୱାସ୍ଥ୍ୟବସ୍ଥା ବିଷୟରେ ପଚାରି
ବୁଝିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ। ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟବସ୍ଥା
ସ୍ଥିର ରହିଛି ବୋଲି ଡାକ୍ତରୀ ଦଳ ସୂଚନା ଦେଇଛନ୍ତି।
ଏନେଇ ସ୍ୱାସ୍ଥ୍ୟମନ୍ତ୍ରୀ
କହିଛନ୍ତି ଯେ, ତାଙ୍କ ଚିକିତ୍ସା ପାଇଁ ସରକାରଙ୍କ ତରଫରୁ ବିଶେଷଜ୍ଞ ଡ଼ାକ୍ତରୀ ଦଳ ନିଯୁକ୍ତ
କରିବା ପାଇଁ ଆମେ ପ୍ରସ୍ତୁତ ଅଛୁ। ଆବଶ୍ୟକ ସ୍ଥଳେ ସହାୟତା ଲୋଡ଼ିବା ପାଇଁ ସମ ହସ୍ପିଟାଲ୍
କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ମହାପ୍ରଭୁ
ଶ୍ରୀଜଗନ୍ନାଥଙ୍କ ନିକଟରେ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ମନ୍ତ୍ରୀ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା