ସିଦ୍ଧାନ୍ତ ମହାପାତ୍ରଙ୍କ ମାତୃ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର, ୦୨ ଅଗଷ୍ଟ (ହି.ସ)- ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ମାତୃ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କର ଶେଷ ଦର୍ଶନ କରି ଶ୍ରଦ୍ଧାଂଜଳି ଜଣାଇଛନ୍ତି। ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଦିଗପହଣ୍ଡି ବିଧାୟକ ଶ୍ରୀ ସିଦ୍ଧାନ୍ତ ମହାପାତ୍ରଙ୍କ ମାତୃବିୟୋ
ସିଦ୍ଧାନ୍ତ ମହାପାତ୍ରଙ୍କ ମାତୃ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ


ଭୁବନେଶ୍ୱର, ୦୨ ଅଗଷ୍ଟ (ହି.ସ)- ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ମାତୃ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କର ଶେଷ ଦର୍ଶନ କରି ଶ୍ରଦ୍ଧାଂଜଳି ଜଣାଇଛନ୍ତି।

ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଦିଗପହଣ୍ଡି ବିଧାୟକ ଶ୍ରୀ ସିଦ୍ଧାନ୍ତ ମହାପାତ୍ରଙ୍କ ମାତୃବିୟୋଗ ବିଷୟରେ ଜାଣି ଅତ୍ୟନ୍ତ ଦୁଃଖିତ । ଶ୍ରୀ ମହାପାତ୍ରଙ୍କ ଭୁବନେଶ୍ୱର ସ୍ଥିତ ବାସଭବନରେ ପାର୍ôଥବ ଶରୀରର ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କଲି ଓ ଶୋକାକୁଳ ପରିବାରବର୍ଗଙ୍କୁ ଭେଟି ସମବେଦନା ଜଣାଇଲି । ମୁଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ ସେ ଦିବଙ୍ଗତ ଆତ୍ମାଙ୍କୁ ଶାନ୍ତି ପ୍ରଦାନ କରିବା ସହ ତାଙ୍କ ପରିବାରବର୍ଗଙ୍କୁ ଏହି ଦୁଃଖ ସହିବାର ଶକ୍ତି ପ୍ରଦାନ କରନ୍ତୁ । ଓଁ ଶାନ୍ତି

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande