ବଳଙ୍ଗା ପୀଡିତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର, ୦୨ ଅଗଷ୍ଟ (ହି.ସ)- ପୁରୀ ଜିଲ୍ଲାର ବଳଙ୍ଗା ପୀଡିତାଙ୍କର ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ପୀଡିତାଙ୍କ ମୃତ୍ୟୁ ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ବଳଙ୍ଗା ଘଟଣାରେ ପୀଡ଼ିତା ଝିଅଟି
ବଳଙ୍ଗା ପୀଡିତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ


ଭୁବନେଶ୍ୱର, ୦୨ ଅଗଷ୍ଟ (ହି.ସ)- ପୁରୀ ଜିଲ୍ଲାର ବଳଙ୍ଗା ପୀଡିତାଙ୍କର ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ପୀଡିତାଙ୍କ ମୃତ୍ୟୁ ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ବଳଙ୍ଗା ଘଟଣାରେ ପୀଡ଼ିତା ଝିଅଟିର ମୃତ୍ୟୁ ଖବର ଶୁଣି ମୁଁ ଗଭୀର ଭାବେ ମର୍ମାହତ। ସରକାରଙ୍କ ସମସ୍ତ ପ୍ରୟାସ ଏବଂ ଏମ୍ସ ଦିଲ୍ଲୀରେ ବିଶେଷଜ୍ଞ ଡାକ୍ତରୀ ଦଳଙ୍କ ଅହୋରାତ୍ର ଚେଷ୍ଟା ସତ୍ୱେ ତାଙ୍କ ଜୀବନ ରକ୍ଷା କରାଯାଇ ପାରିଲା ନାହିଁ। ମୁଁ ଝିଅଟିର ଅମର ଆତ୍ମାର ସଦଗତି କାମନା କରୁଛି ଏବଂ ଏହି ଅପୂରଣୀୟ କ୍ଷତିକୁ ସହିବା ପାଇଁ ତାଙ୍କ ପରିବାରକୁ ଶକ୍ତି ମିଳୁ ବୋଲି ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande