ଆଗାମୀ ୫ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨ ଅଗଷ୍ଟ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର ଅଧିକାଂଶ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଖୋର୍ଦ୍ଧା
ଆଗାମୀ ୫ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨ ଅଗଷ୍ଟ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର ଅଧିକାଂଶ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଖୋର୍ଦ୍ଧା, ପୁରୀ, ନୟାଗଡ଼ ଜିଲ୍ଲାକୁ ବାଦ୍ ଦେଲେ ଅନ୍ୟ ୨୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ଏସବୁ ଜିଲ୍ଲାର କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ସେହିପରି ଆସନ୍ତାକାଲି ଅର୍ଥାତ୍ ଅଗଷ୍ଟ ୩ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୪ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର ସମସ୍ତ ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୫ ତାରିଖରେ ୨୭ ଜିଲ୍ଲା ଏବଂ ୬ ତାରିଖରେ ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande