ଭୁବନେଶ୍ୱର, ୦୨ ଅଗଷ୍ଟ (ହି.ସ)- ଅଭିନେତା ତଥା ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ମା’ଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି।
ଏକ୍ସରେ କେନ୍ଦ୍ରମନ୍ତ୍ରୀ ଲେଖିଛନ୍ତି ଓଡ଼ିଶାର ଖ୍ୟାତନାମା ଅଭିନେତା ତଥା ଆମ ଦଳର ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ମା’ କନକ ମହାପାତ୍ରଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଜଣେ ଧର୍ମପରାୟଣା, ପରୋପକାରିଣୀ ଏବଂ ବନ୍ଧୁବତ୍ସଳା ମହିଳା ଭାବେ ସେ ଜନପ୍ରିୟ ଥିଲେ। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା