ସିଦ୍ଧାନ୍ତ ମହାପାତ୍ରଙ୍କ ମାତୃ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ଶୋକ
ଭୁବନେଶ୍ୱର, ୦୨ ଅଗଷ୍ଟ (ହି.ସ)- ଅଭିନେତା ତଥା ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ମା’ଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଶୋକ ପ୍ରକାଶ କରିଛନ୍ତି। ସାମାଜିକ ଗଣମାଧ୍ୟମରେ ଶ୍ରୀ ଓରାମ ଲେଖିଛନ୍ତି ଓଡ଼ିଶାର ବିଶିଷ୍ଟ ଅଭିନେତା ତଥା ଦିଗପହଣ୍ଡି ବିଧାୟକ ଶ୍ରୀ ସିଦ୍ଧାନ୍ତ ମହାପାତ୍ରଙ୍କ
ସିଦ୍ଧାନ୍ତ ମହାପାତ୍ରଙ୍କ ମାତୃ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ଶୋକ


ଭୁବନେଶ୍ୱର, ୦୨ ଅଗଷ୍ଟ (ହି.ସ)- ଅଭିନେତା ତଥା ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ମା’ଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଶୋକ ପ୍ରକାଶ କରିଛନ୍ତି। ସାମାଜିକ ଗଣମାଧ୍ୟମରେ ଶ୍ରୀ ଓରାମ ଲେଖିଛନ୍ତି ଓଡ଼ିଶାର ବିଶିଷ୍ଟ ଅଭିନେତା ତଥା ଦିଗପହଣ୍ଡି ବିଧାୟକ ଶ୍ରୀ ସିଦ୍ଧାନ୍ତ ମହାପାତ୍ରଙ୍କ ମା’ କନକ ମହାପାତ୍ରଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ମହାପ୍ରଭୁଙ୍କ ନିକଟରେ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande