ଭୁବନେଶ୍ୱର, ୦୨ ଅଗଷ୍ଟ (ହି.ସ)- ବଳଙ୍ଗା ଘଟଣାରେ ପୀଡ଼ିତା ଝିଅର ମୃତ୍ୟୁରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଦୁଃଖ ପ୍ରକାଶ କରିଛନ୍ତି।
ଏକ୍ସରେ ଶ୍ରୀ ସିଂହଦେଓ ଲେଖିଛନ୍ତି ଆଜି ବଳଙ୍ଗା ଘଟଣାରେ ପୀଡ଼ିତା ଥିବା ଝିଅଟିର ମୃତ୍ୟୁ ଖବର ଶୁଣି ମୁଁ ଗଭୀର ଭାବେ ଦୁଃଖିତ ଏବଂ ମର୍ମାହତ। ଆମର ସମସ୍ତ ପ୍ରୟାସ ଏବଂ ଏମ୍ସ ଦିଲ୍ଲୀରେ ବିଶେଷଜ୍ଞ ଡାକ୍ତରୀ ଦଳଙ୍କ ଦିନରାତି କଠିନ ପ୍ରଚେଷ୍ଟା ସତ୍ୱେ ତାଙ୍କ ଜୀବନ ରକ୍ଷା କରାଯାଇ ପାରିଲା ନାହିଁ। ଅମର ଆତ୍ମାର ସଦଗତି କାମନା କରିବା ସହ ଏ ଦୁଖଃଦ ପରିସ୍ଥିତିରେ ତାଙ୍କ ପରିବାରବର୍ଗଙ୍କୁ ମୋର ଗଭୀର ସମବେଦନା ଜଣାଉଛି। ଓଁ ଶାନ୍ତି!
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା