ମହିଳା ଓ ପୁରୁଷ ପେଟ୍ରୋଲ ଢାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ : ଜଣେ ମୃତ, ଜଣେ ଗୁରୁତର
ବାରିପଦା, ୨ ଅଗଷ୍ଟ (ହି.ସ.)- ମୟୂରଭଞ୍ଜ ଜିଲ୍ଲା ରରୁଆଁ ଥାନା ଅନ୍ତର୍ଗତ ଖିଚିଂ ଗାଁର ପାତାସାହିରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଜଣେ ମହିଳା ଏବଂ ପୁରୁଷ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିବାର ଅଭିଯୋଗ ଆସିଛି । ବିଲ ମଝିରୁ ଗୁରୁତର ଅବସ୍ଥାରେ ଉଭୟଙ୍କୁ ଉଦ୍ଧ
Suicide Case


ବାରିପଦା, ୨ ଅଗଷ୍ଟ (ହି.ସ.)- ମୟୂରଭଞ୍ଜ ଜିଲ୍ଲା ରରୁଆଁ ଥାନା ଅନ୍ତର୍ଗତ ଖିଚିଂ ଗାଁର ପାତାସାହିରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଜଣେ ମହିଳା ଏବଂ ପୁରୁଷ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିବାର ଅଭିଯୋଗ ଆସିଛି । ବିଲ ମଝିରୁ ଗୁରୁତର ଅବସ୍ଥାରେ ଉଭୟଙ୍କୁ ଉଦ୍ଧାର କରି ଶୁକୃଳି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଡାକ୍ତରଖାନାରେ ମହିଳା ଭାରତୀ ପାତ୍ରକୁ ମୃତ ଘୋଷଣା କରିଥିଲେ ଡାକ୍ତର । ଗୁରୁତର ଆହତ ହୋଇଥିବା ପୁରୁଷ ଜଣକୁ କେନ୍ଦୁଝର ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି । ଘଟଣାସ୍ଥଳରେ ରରୁଆଁ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ସମୟରେ ଆତ୍ମହତ୍ୟା କରିବାର କାରଣ ଅସ୍ପଷ୍ଟ ରହିଛି l

ହିନ୍ଦୁସ୍ଥାନ ସମାଚାର / ଦିଲ୍ଲୀପ


 rajesh pande